ପବିତ୍ର ବାଇବଲ (OROV) 2014
|
| 1 |
| ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର । |
| 2 |
| ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର । |
| 3 |
| ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର । |
| 4 |
| କାରଣ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ । |
| 5 |
| କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ତଳର ସୃଷ୍ଟିକର୍ତ୍ତା । |
| 6 |
| ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ । |
| 7 |
| ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର । |
| 8 |
| ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ । |
| 9 |
| ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କରନ୍ତ ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ । |
| 10 |
| ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ । |
| 11 |
| ଆକାଶମଣ୍ତଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; |
| 12 |
| କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ଵନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ; |
| 13 |
| ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/096.mp3
150
96