ପବିତ୍ର ବାଇବଲ (OROV) 2014
|
| 1 |
| ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ଵୀପସମୂହ ଆନନ୍ଦିତ ହେଉନ୍ତୁ । |
| 2 |
| ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ । |
| 3 |
| ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ । |
| 4 |
| ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା । |
| 5 |
| ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ । |
| 6 |
| ଆକାଶମଣ୍ତଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି । |
| 7 |
| ଖୋଦିତ ପ୍ରତିମାଗଣର ସେବକସମସ୍ତେ ଓ ଦେବତାଗଣର ଦର୍ପକାରୀସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର । |
| 8 |
| ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ । |
| 9 |
| କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ । |
| 10 |
| ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି । ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି; |
| 11 |
| ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି । |
| 12 |
| ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/097.mp3
150
97