ପବିତ୍ର ବାଇବଲ (OROV) 2014
|
| 1 |
| ଗୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି । |
| 2 |
| ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି । |
| 3 |
| ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ଵସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିତ୍ରାଣ ଦେଖିଅଛନ୍ତି । |
| 4 |
| ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର; ଉଚ୍ଚ ଧ୍ଵନି କର ଓ ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର । |
| 5 |
| ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ଵରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର । |
| 6 |
| ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ଵନି କର । |
| 7 |
| ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ; |
| 8 |
| ନଦନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ; |
| 9 |
| ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/098.mp3
150
98