|
| 1 |
|
| ପରମେଶ୍ୱର ଓ ଇସ୍ରାଏଲ ମଧ୍ୟରେ ଚୁକ୍ତି ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭେମାନେ ଦୂରରୁ ମୋତେ ଉପାସନା କରିବ। |
|
| 2 |
|
| କେବଳ ମୋଶା ଉପାସନା କରିବାକୁ ସଦାପ୍ରଭୁଙ୍କ ନିକଟକୁ ଆସିବ। ଅନ୍ୟମାନେ ସଦାପ୍ରଭୁଙ୍କ ନିକଟକୁ ଆସିବେ ନାହିଁ। ଏବଂ ଏପରିକି ଲୋକମାନେ ମଧ୍ୟ ମୋଶାଙ୍କ ସହିତ ପର୍ବତ ଉପରକୁ ଯିବେ ନାହିଁ।” |
|
| 3 |
|
| ମୋଶା ସଦାପ୍ରଭୁଙ୍କ ନିୟମ ଏବଂ ଆଜ୍ଞା ସେମାନଙ୍କୁ ଜଣାଇଲେ। ଏହା ପରେ ସମସ୍ତ ଲୋକ ଏକ ସ୍ୱରରେ କହିଲେ, “ସଦାପ୍ରଭୁଙ୍କର ସମସ୍ତ ନିୟମଗୁଡ଼ିକ ଆମ୍ଭେମାନେ ପାଳନ କରିବୁ।” |
|
| 4 |
|
| ତେଣୁ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ। ପ୍ରଭାତରେ ଉଠି ପର୍ବତ ତଳେ ଏକ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶ ନିମନ୍ତେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ। |
|
| 5 |
|
| ଏହା ପରେ ମୋଶା ଇସ୍ରାଏଲର ଯୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁ ପଠାଇଲେ। ସେହି ଯୁବକଗଣ ପରମେଶ୍ୱରଙ୍କ ନିକଟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ସ୍ୱରୂପେ ବୃଷମାନଙ୍କୁ ବଳିଦାନ ଦେଲେ। |
|
| 6 |
|
| ମୋଶା ସମସ୍ତ ରକ୍ତ ସଂଗ୍ରହ କଲେ, ଏହାର ଅଧା ପାତ୍ରରେ ରଖିଲେ ଏବଂ ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ଢାଳିଲେ। |
|
| 7 |
|
| ମୋଶା ବିଶେଷ ନିୟମ ଲେଖାଯାଇଥିବା ନଳାକାର ପୁସ୍ତକ ନେଇ ଲୋକମାନଙ୍କ ଆଗରେ ପାଠ କଲେ। ସେମାନେ କହିଲେ, “ସଦାପ୍ରଭୁ ଯାହାସବୁ କରିଛନ୍ତି ଆମ୍ଭେମାନେ ତାହା କରିବୁ ଏବଂ ଆମ୍ଭେମାନେ ମାନିବୁ।” |
|
| 8 |
|
| ଏହା ପରେ ମୋଶା ସେହି ରକ୍ତ ଲୋକମାନଙ୍କ ଉପରେ ଛିଞ୍ଚିଲେ ଏବଂ କହିଲେ, “ଏହାକୁ ଦେଖ, ଏହା ସଦାପ୍ରଭୁ ଓ ତୁମ୍ଭମାନଙ୍କ ସହିତ ହୋଇଥିବା ନିୟମର ରକ୍ତ।” |
|
| 9 |
|
| ମୋଶା, ହାରୋଣ, ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ପର୍ବତ ଆରୋହଣ କଲେ। |
|
| 10 |
|
| ଏବଂ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ନୀଳ ଆକାଶ ପରି ଥିଲା। |
|
| 11 |
|
| ପରମେଶ୍ୱର ଇସ୍ରାଏଲର ନେତାଗଣଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ। ସେମାନେ ସମସ୍ତେ ପରମେଶ୍ୱରଙ୍କୁ ଦର୍ଶନ କଲେ। ଏବଂ ସେମାନେ ଭୋଜନ ଓ ପାନ କଲେ। |
|
| 12 |
|
| ମୋଶା ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକ ଆଣିବାକୁ ଗଲେ ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପର୍ବତ ଉପରେ ମୋ’ ପାଖକୁ ଆସ। ଏଠାରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦେବି, ବ୍ୟବସ୍ଥା ଓ ଆଜ୍ଞା, ଯାହା ମୁଁ ସେମାନଙ୍କୁ ଶିକ୍ଷା ଦେବାକୁ ଲେଖିଛି।” |
|
| 13 |
|
| ଏହା ପରେ ମୋଶା ଓ ତାଙ୍କର ପରିଗ୍ଭରକ ଯିହୋଶୂୟ ଉଠିଲେ, ମୋଶା ପରମେଶ୍ୱରଙ୍କର ପର୍ବତକୁ ଆରୋହଣ କଲେ। |
|
| 14 |
|
| ମୋଶା ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟକୁ ଫେରି ନ ଆସିଛୁ ସେପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ଥାଅ। ଦେଖ ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି। କାହାର କୌଣସି ବିବାଦର କଥା ଉପସ୍ଥିତ ହେଲେ ସେମାନେ ତାଙ୍କର ନିକଟକୁ ଯିବେ।” |
|
| 15 |
|
| ମୋଶା ପରମେଶ୍ୱରଙ୍କୁ ସାକ୍ଷାତ କଲେ ଏହା ପରେ ମୋଶା ପର୍ବତ ଉପରକୁ ଚଢ଼ିଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା। |
|
| 16 |
|
| ଏଥିରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତ କଲା। ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା। ଏହା ପରେ ସଦାପ୍ରଭୁ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ। |
|
| 17 |
|
| ସେଠାରେ ସଦାପ୍ରଭୁଙ୍କର ମହିମା ପର୍ବତ ଶିଖର ଉପରେ ଦେଖାଗଲା। ଇସ୍ରାଏଲର ଲୋକଙ୍କୁ ଏହା ଗ୍ରାସକାରୀ ଅଗ୍ନି ପରି ଦେଖାଗଲା। |
|
| 18 |
|
| ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରକୁ ଉଠି ଗ୍ଭଳିଶ୍ ଦିନ ସେହି ପର୍ବତ ଉପରେ ରହିଲେ। |
|
|
|
|