|
| 1 |
|
| ଯାଜକମାନଙ୍କର ବସ୍ତ୍ର ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀହୂ, ଇଲିୟାଜର ଓ ଈଥାମରକୁ ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ଆଣ। ସେମାନେ ମୋର ଯାଜକଗଣ ହେବେ। |
|
| 2 |
|
| “ତୁମ୍ଭର ଭାଇ ହାରୋଣଙ୍କ ପାଇଁ ପବିତ୍ର ବସ୍ତ୍ର ତିଆରି କର। ସେହି ବସ୍ତ୍ର ପିନ୍ଧିଲେ ସେ ସମ୍ମାନ ପାଇବେ ଓ ସୁନ୍ଦର ଦିଶିବେ। |
|
| 3 |
|
| ସେହି ନିପୁଣ ଲୋକମାନଙ୍କୁ ପଗ୍ଭର, ଯେଉଁମାନଙ୍କୁ ମୁଁ ହାରୋଣକୁ ଯାଜକ ରୂପେ ଉତ୍ସର୍ଗୀକୃତ କରିବା ପାଇଁ ବସ୍ତ୍ର ତିଆରି କରିବା ପାଇଁ ଜ୍ଞାନ ପ୍ରଦାନ କଲି। |
|
| 4 |
|
| ବୁକୁପଟା, ଏଫୋଦ, ଗୋଟିଏ ଗ୍ଭେଗା, ଶୁକ୍ଳ ସୁତାରେ ବୁଣା ଯାଇଥିବା ଗ୍ଭେଗା, ପଗଡ଼ି ଓ କଟି ବନ୍ଧନ ସେମାନେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବେ, ଯେଉଁଥିପାଇଁ ସେମାନେ ମୋର ଯାଜକ ରୂପେ ସେବା କରିବେ। |
|
| 5 |
|
| ସେମାନେ ସୁବର୍ଣ୍ଣ, ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ର ହେବ। |
|
| 6 |
|
| ଏଫୋଦ ଓ କଟିବନ୍ଧନ “ସେମାନେ ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ସେହି ଏଫୋଦ ବସ୍ତ୍ର ପ୍ରସ୍ତୁତ କରନ୍ତୁ। |
|
| 7 |
|
| ଏହାର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ। ଏହିପରି ଭାବରେ ତାହା ଯୁକ୍ତ ହେବ। |
|
| 8 |
|
| “ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ର ଅନୁସାରେ ହେବ। ଅର୍ଥାତ୍ ସ୍ୱର୍ଣ୍ଣରେ ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ରରେ ହେବ। |
|
| 9 |
|
| “ଦୁଇଟି ଗୋମେଦକମଣି ନେଇ ତହିଁ ଉପରେ ଇସ୍ରାଏଲ ପୁତ୍ରମାନଙ୍କ ନାମ ଖୋଦିତ କରିବ। |
|
| 10 |
|
| ଛଅଟି ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅଟି ନାମ ମଣି ଉପରେ ରହିବ। ଏହିସବୁ ନାମଗୁଡ଼ିକ ସେମାନଙ୍କର ଜନ୍ମ ଅନୁସାରେ ତାଲିକାଭୁକ୍ତ କରାଯିବା ଉଚିତ୍। |
|
| 11 |
|
| ଶିଳ୍ପ କର୍ମରେ ମୁଦ୍ରା ଖୋଳିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ୱର୍ଣ୍ଣ ଧାରରେ ବନ୍ଦ କରିବ। |
|
| 12 |
|
| ଏହା ପରେ ଇସ୍ରାଏଲ ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇସ୍କନ୍ଧ ପଟିରେ ଦେବ। ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ। |
|
| 13 |
|
| ଶୁଦ୍ଧ ସୁବର୍ଣ୍ଣରେ ଏହି ପଥର ଏଫୋଦର ରହିବ। |
|
| 14 |
|
| ଦୁଇ ମୋଡ଼ା ହୋଇଥିବା ସୁବର୍ଣ୍ଣ ଜଞ୍ଜିର କରି ସେହି ଏଫୋଦରେ ଲଗାଇବ। |
|
| 15 |
|
| ବିଗ୍ଭରାର୍ଥକ ବୁକୁପଟା “ନିପୁଣ କାରିଗର ଦ୍ୱାରା ନିପୁଣ ଭାବରେ ବୁକୁପଟା ପ୍ରସ୍ତୁତ କର। ବୁକୁପଟା ଏଫୋଦ ପରି ସୂକ୍ଷ୍ମ ମଲ୍ମଲ୍ ଏବଂ ସୁବର୍ଣ୍ଣ, ନୀଳ, ବାଇଗଣି ଏବଂ ଲାଲ୍ ମଲ୍ମଲ୍ ନିପୁଣ କଳାକୃତିରେ ନିର୍ମାଣ ହେବା ଉଚିତ୍। |
|
| 16 |
|
| ଚତୁଷ୍କୋଣ ଓ ଦୋହରା ହେବ। ତହିଁର ଦୀର୍ଘତା ଏକ ଗ୍ଭଖଣ୍ଡ ଓ ପ୍ରସ୍ଥ ଏକ ଗ୍ଭଖଣ୍ଡ ହେବ। |
|
| 17 |
|
| ତାହାକୁ ଗ୍ଭରି ମଣି ପଂକ୍ତିରେ ଖଚିତ କରିବ। ତହିଁରେ ପ୍ରଥମ ପଂକ୍ତିରେ ଚୂଣୀ ଓ ପୀତମଣି ମର୍କତ, |
|
| 18 |
|
| ଦ୍ୱିତୀୟ ପଂକ୍ତିରେ ପଦ୍ମରାଗ ଓ ନୀଳକାନ୍ତ ହୀରକ, |
|
| 19 |
|
| ତୃତୀୟ ପଂକ୍ତିରେ ପେରୋଜ, ଯିସ୍ମ ଓ କଟାହେଳା। |
|
| 20 |
|
| ଚତୁର୍ଥ ପଂକ୍ତିରେ ବୈଦୂର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ। ଏହିସବୁ ସ୍ୱର୍ଣ୍ଣରେ ନିଜ ନିଜ ପଂକ୍ତିରେ ବସାଯିବ। |
|
| 21 |
|
| ଏହି ମଣି ଇସ୍ରାଏଲ ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବ। ମୁଦ୍ରା ନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ। |
|
| 22 |
|
| “ବୁକୁପଟା ନିମନ୍ତେ ହାରଗୁଡ଼ିକ ତିଆରି କର। ଏହି ହାର ଶୁଦ୍ଧ ସୁବର୍ଣ୍ଣରେ ମୋଡ଼ା ଯାଇଥିବ। |
|
| 23 |
|
| ବୁକୁପଟା ଉପରେ ସ୍ୱର୍ଣ୍ଣର ଦୁଇ କଡ଼ା ରହିବ। ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ। |
|
| 24 |
|
| ବୁକୁପଟା ସ୍ଥିତ ଦୁଇ ସୁବର୍ଣ୍ଣ କଡ଼ା ମଧ୍ୟରେ ସେହି ଦୁଇଟି ସୁବର୍ଣ୍ଣ ହାର ଲଗାଇବ। |
|
| 25 |
|
| ଦୁଇ ସୁବର୍ଣ୍ଣ ହାରର ଦୁଇ ମୁଣ୍ଡକୁ ଏଫୋଦର ସ୍କନ୍ଧ ପଟିରେ ବାନ୍ଧ। |
|
| 26 |
|
| ଆଉ ଦୁଇଟି ସୁବର୍ଣ୍ଣର କଡ଼ା ନିର୍ମାଣ କର ଏବଂ ବୁକୁପଟାର ଏଫୋଦ ଭିତର ଭାଗସ୍ଥ ଦୁଇ କୋଣରେ ତାକୁ ଲଗାଅ। |
|
| 27 |
|
| ଆହୁରି ଦୁଇଟି ସ୍ୱର୍ଣ୍ଣ କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଦପଟି ତଳେ ତହିଁର ସମ୍ମୁଖ ଭାଗରେ ଯୋଡ଼ ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ। |
|
| 28 |
|
| ବୁକୁପଟା ଯେମନ୍ତ ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ନ ଯିବ ଏଥିପାଇଁ ସେମାନେ ବୁକୁପଟାରକୁ ନିଜ କଡ଼ାରେ ନୀଳସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ ରଖିବେ। |
|
| 29 |
|
| “ଯେତେବେଳେ ହାରୋଣ ପବିତ୍ର ସ୍ଥାନକୁ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଗ୍ଭରାର୍ଥକ ବୁକୁପଟାରେ ଇସ୍ରାଏଲ ପୁତ୍ରଗଣର ନାମ ସକଳ ଆପଣା ହୃଦୟ ଉପରେ ବହନ କରିବ। |
|
| 30 |
|
| ସେହି ବିଗ୍ଭରାର୍ଥକ ବୁକୁପଟାରେ ତୁମ୍ଭେ ଊରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ। ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ। ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି ହାରୋଣ ସଦାପ୍ରଭୁଙ୍କ ଛାମୁରେ ପ୍ରତ୍ୟେକ ଦିନ ଇସ୍ରାଏଲ ସନ୍ତାନଗଣର ବିଗ୍ଭର ଆପଣା ହୃଦୟ ଉପରେ ବହିବ। |
|
| 31 |
|
| ଯାଜକମାନଙ୍କ ପାଇଁ ଅନ୍ୟାନ୍ୟ ସମସ୍ତ ବସ୍ତ୍ର “ଏଫୋଦ ନିମନ୍ତେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣରେ ଗ୍ଭେଗା ତିଆରି କର। |
|
| 32 |
|
| ଏହାର ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ। ସାଞ୍ଚୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣା କର୍ମ ହେବ। ତହିଁରେ ତାହା ଛିଣ୍ଡି ଯିବ ନାହିଁ। |
|
| 33 |
|
| ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣର ଡାଳିମ୍ବ କରିବ। ଆଉ ଗ୍ଭରି ଦିଗରେ ତହିଁ ମଧ୍ୟରେ ସ୍ୱର୍ଣ୍ଣଘଣ୍ଟି ରହିବ। |
|
| 34 |
|
| ସେହି ଗ୍ଭେଗାର ଅଞ୍ଚଳର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ, ପୁଣି ଗୋଟିଏ ସ୍ୱର୍ଣ୍ଣଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ। |
|
| 35 |
|
| ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ। ଯେଉଁଥିରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ପ୍ରସ୍ଥାନ କରିବ, ସେତେବେଳେ ଘଣ୍ଟି ଶବ୍ଦ ଶୁଣାଯିବ। ଏହି ପ୍ରକାରେ ହାରୋଣ ମରିବ ନାହିଁ। |
|
| 36 |
|
| “ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ ଛୋଟ ମୋହରରେ ଖୋଦିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର। |
|
| 37 |
|
| ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୁତ୍ରରେ ବନ୍ଦ କରି ପାଗର ସମ୍ମୁଖରେ ରଖିବ। |
|
| 38 |
|
| ଏହା ହାରୋଣର କପାଳ ଉପରେ ରହିବ। ଇସ୍ରାଏଲୀୟମାନେ ଉତ୍ସର୍ଗ କରୁଥିବା ପବିତ୍ର ଉପହାର ପାଇଁ ହାରୋଣ ଦାୟୀ ହେବ। ଏହା ସର୍ବଦା ତା’ର କପାଳରେ ରହିବ, ଯାହା ଫଳରେ ସେହି ଉପହାରଟି ସଦାପ୍ରଭୁଙ୍କର ଗ୍ରହଣୀୟ ହେବ। |
|
| 39 |
|
| “ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ରରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ରରେ ପ୍ରସ୍ତୁତ କରିବ। ପୁଣି କଟିବନ୍ଧନ ସୂଚୀକର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ। |
|
| 40 |
|
| ହାରୋଣର ପୁତ୍ରଗଣଙ୍କ ନିମନ୍ତେ ଗ୍ଭେଗା, କଟିବନ୍ଧନ ଓ ପଗଡ଼ି ପ୍ରସ୍ତୁତ କର। ଏହି ବସ୍ତ୍ରଗୁଡ଼ିକ ସେମାନଙ୍କୁ ଗୌରବ ଓ ସୌନ୍ଦର୍ଯ୍ୟ ଦେବ। |
|
| 41 |
|
| ପୁଣି ତୁମ୍ଭର ଭ୍ରାତା ହାରୋଣକୁ ଓ ତା’ର ପୁତ୍ରଗଣକୁ ସେହିସବୁ ବସ୍ତ୍ର ପରିଧାନ କରାଅ। ତା’ପରେ ସେମାନଙ୍କୁ ଅଭିଷିକ୍ତ କର ଓ ଧର୍ମ ସମ୍ପ୍ରଦାୟଭୁକ୍ତ କର, ତା’ପରେ ସେମାନଙ୍କୁ ଯାଜକ ରୂପେ ମୋର ସେବା କରିବା ପାଇଁ ଛାଡ଼ିଦିଅ। |
|
| 42 |
|
| “ସେମାନଙ୍କର ଉଲଗ୍ନତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ତିଆରି କର। |
|
| 43 |
|
| ଏବଂ ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ଯଜ୍ଞବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତାହାହେଲେ ସେମାନେ ଦୋଷୀ ହେବେ ନାହିଁ ଓ ମୃତ୍ୟୁବରଣ କରିବେ ନାହିଁ। ସବୁ ସମୟରେ ସେମାନେ ଯାଜକ ରୂପେ କାର୍ଯ୍ୟ କରନ୍ତୁ ଏହା ହାରୋଣର ଓ ତାହାର ଭବିଷ୍ୟଦ୍ ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ। |
|
|
|
|