|
| 1 |
|
| ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ |
|
| 2 |
|
| ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ। |
|
| 3 |
|
| ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ। |
|
| 4 |
|
| ଆଉ ସେ ଶିଟୀମ୍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ |
|
| 5 |
|
| ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ। |
|
| 6 |
|
| ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ। |
|
| 7 |
|
| ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ। |
|
| 8 |
|
| ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ। |
|
| 9 |
|
| ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା। |
|
| 10 |
|
| ତହିଁ ଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ। |
|
| 11 |
|
| ପୁଣି, ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ। |
|
| 12 |
|
| ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ। |
|
| 13 |
|
| ଆଉ ସୁବର୍ଣ୍ଣରେ ଚାରି କଡ଼ା ଢାଳି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିଲେ। |
|
| 14 |
|
| ସେହି କଡ଼ା ପାର୍ଶ୍ୱ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା। |
|
| 15 |
|
| ପୁଣି, ସେ ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ। |
|
| 16 |
|
| ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ। |
|
| 17 |
|
| ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା। |
|
| 18 |
|
| ସେହି ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ୱରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ୱରୁ ନିର୍ଗତ ହେଲା। |
|
| 19 |
|
| ପୁଣି, ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା। |
|
| 20 |
|
| ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା। |
|
| 21 |
|
| ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ୱୟର ତଳେ ଏକ କଳିକା ରହିଲା। |
|
| 22 |
|
| ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା। |
|
| 23 |
|
| ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ। |
|
| 24 |
|
| ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ। |
|
| 25 |
|
| ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା। |
|
| 26 |
|
| ଆଉ, ତାହା, ତହିଁର ପୃଷ୍ଠ, ତହିଁର ଚାରି ପାର୍ଶ୍ୱ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି, ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ। |
|
| 27 |
|
| ପୁଣି, ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ। |
|
| 28 |
|
| ଆଉ ଶିଟୀମ୍ କାଷ୍ଠରେ ସାଙ୍ଗୀ କଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ। |
|
| 29 |
|
| ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ। |
|
|
|
|