ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ; |
| 2 |
| ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର; |
| 3 |
| ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର; |
| 4 |
| ଯଦି ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର; |
| 5 |
| ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ। |
| 6 |
| ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ। |
| 7 |
| ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି। |
| 8 |
| ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ। |
| 9 |
| ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ। |
| 10 |
| କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ; |
| 11 |
| ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ। |
| 12 |
| ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି, |
| 13 |
| ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି; |
| 14 |
| ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ; |
| 15 |
| ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ। |
| 16 |
| ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ, |
| 17 |
| ଯାହାର ଗୃହ ମୃତ୍ୟୁୁ ଆଡ଼େ |
| 18 |
| ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ, |
| 19 |
| ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ। |
| 20 |
| ଏନିମନ୍ତେ ତୁମ୍ଭେ ସତ୍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର, |
| 21 |
| ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ। |
| 22 |
| ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/proverbs/002.mp3
31
2