|
| 1 |
|
| ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ । |
|
| 2 |
|
| ଯେହେତୁ ତଦ୍ଦ୍ଵାରା ପରମାୟୁର ଦୀର୍ଘତା ଓ ଜୀବନର ବର୍ଷସଂଖ୍ୟା ଓ ଶାନ୍ତି ବୃଦ୍ଧି ହେବ । |
|
| 3 |
|
| ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ । |
|
| 4 |
|
| ତାହା କଲେ, ତୁମ୍ଭେ ପରମେଶ୍ଵର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ । |
|
| 5 |
|
| ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ଵାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ । |
|
| 6 |
|
| ଆପଣାର ସବୁ ଗତିରେ ତାହାଙ୍କୁ ସ୍ଵୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ । |
|
| 7 |
|
| ତୁମ୍ଭେ ଆପଣା ଦୃଷ୍ଟିରେ ଜ୍ଞାନବାନ ହୁଅ ନାହିଁ; ସଦାପ୍ରଭୁଙ୍କୁ ଭୟ କର ଓ ମନ୍ଦତାରୁ ବିମୁଖ ହୁଅ । |
|
| 8 |
|
| ତାହା ତୁମ୍ଭ ନାଭିଦେଶର ସ୍ଵାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ । |
|
| 9 |
|
| ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର । |
|
| 10 |
|
| ତହିଁରେ ତୁମ୍ଭର ଭଣ୍ତାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ତରେ ନୂତନ ଦ୍ରାକ୍ଷାରସ ଉଛୁଳି ପଡ଼ିବ । |
|
| 11 |
|
| ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଯୋଗ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳା; ହୁଅ ନାହିଁ । |
|
| 12 |
|
| କାରଣ ଯେପରି ପିତା ଆପଣା ସନ୍ତୋଷପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଶାସନ କରନ୍ତି । |
|
| 13 |
|
| ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ, ସେ ଧନ୍ୟ । |
|
| 14 |
|
| ଯେହେତୁ ରୂପାର ବାଣିଜ୍ୟଠାରୁ ତାହାର ବାଣିଜ୍ୟ ଉତ୍ତମ, ପୁଣି ଶୁଦ୍ଧ ସୁବର୍ଣ୍ଣଠାରୁ ତାହାର ଲାଭ ଶ୍ରେଷ୍ଠ । |
|
| 15 |
|
| ତାହା ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ପୁଣି ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହାର ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ । |
|
| 16 |
|
| ତାହାର ଦକ୍ଷିଣ ହସ୍ତରେ ଦୀର୍ଘାୟୁ, ତାହାର ବାମ ହସ୍ତରେ ଧନ ଓ ସମ୍ମାନ ଥାଏ । |
|
| 17 |
|
| ତାହାର ପଥସବୁ ସୁଖଦାୟକ ପଥ ଓ ତାହାର ସମସ୍ତ ମାର୍ଗ ଶାନ୍ତିକର ଅଟେ । |
|
| 18 |
|
| ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ଵରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ । |
|
| 19 |
|
| ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ତଳ ସୁସ୍ଥିର କଲେ । |
|
| 20 |
|
| ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଛୁଳି ଉଠେ, ପୁଣି ମେଘରୁ କାକର ଟୋପା ଟୋପା ପଡ଼େ । |
|
| 21 |
|
| ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ଵଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର । |
|
| 22 |
|
| ତାହା ତୁମ୍ଭ ପ୍ରାଣର ଜୀବନ ଓ କଣ୍ଠର ଭୂଷଣ ହେବ । |
|
| 23 |
|
| ତେବେ ତୁମ୍ଭେ ଆପଣା ପଥରେ ନିର୍ଭୟରେ ଚାଲିବ, ପୁଣି ତୁମ୍ଭର ଚରଣ ଝୁଣ୍ଟିବ ନାହିଁ । |
|
| 24 |
|
| ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ । |
|
| 25 |
|
| ହଠାତ୍ ଉତ୍ପନ୍ନ ଆଶଙ୍କାକୁ କିଅବା ଦୁଷ୍ଟମାନଙ୍କ ଉପସ୍ଥିତ ବିନାଶକୁ ଭୟ କର ନାହିଁ । |
|
| 26 |
|
| ଯେହେତୁ ସଦାପ୍ରଭୁ ତୁମ୍ଭର ବିଶ୍ଵାସଭୂମି ହେବେ, ସେ ତୁମ୍ଭର ପାଦ ଫାନ୍ଦରୁ ରକ୍ଷା କରିବେ । |
|
| 27 |
|
| ଉପକାର କରିବାର ସାମର୍ଥ୍ୟ ତୁମ୍ଭ ହସ୍ତରେ ଥିଲେ, ଉଚିତ ଦାନପାତ୍ରମାନଙ୍କୁ ନାସ୍ତି କର ନାହିଁ । |
|
| 28 |
|
| ଆପଣା ନିକଟରେ ଦ୍ରବ୍ୟ ଥିଲେ, ‘ଯାଅ, ପୁନର୍ବାର ଆସ, ଆମ୍ଭେ କାଲି ଦେବାʼ ଏହା ତୁମ୍ଭ ପ୍ରତିବାସୀକି କୁହ ନାହିଁ । |
|
| 29 |
|
| ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ । |
|
| 30 |
|
| ମନୁଷ୍ୟ ତୁମ୍ଭର କ୍ଷତି ନ କଲେ, ଅକାରଣରେ ତାହା ସହିତ ବିରୋଧ କର ନାହିଁ । |
|
| 31 |
|
| ଉପଦ୍ରବୀ ପ୍ରତି ଈର୍ଷା କର ନାହିଁ, ପୁଣି ତାହାର କୌଣସି ପଥ ମନୋନୀତ କର ନାହିଁ । |
|
| 32 |
|
| କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ । |
|
| 33 |
|
| ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି । |
|
| 34 |
|
| ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି । |
|
| 35 |
|
| ଜ୍ଞାନବାନ ଲୋକେ ସମ୍ମାନର ଅଧିକାରୀ ହେବେ, ମାତ୍ର ଅଜ୍ଞାନମାନଙ୍କ ନିମନ୍ତେ ଲଜ୍ଜା । |
|
|
|
|