ପବିତ୍ର ବାଇବଲ (OROV) 2014
|
| 1 |
| ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି; |
| 2 |
| ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି । |
| 3 |
| ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ, |
| 4 |
| ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ, |
| 5 |
| ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର । |
| 6 |
| ହେ ଅବୋଧ ଲୋକମାନେ, (ଅବୋଧମାନଙ୍କର ସଙ୍ଗ) ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ । |
| 7 |
| ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ । |
| 8 |
| ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକି ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ। |
| 9 |
| ଜ୍ଞାନୀକି ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ତିତ୍ୟ ବୃଦ୍ଧି ପାଇବ । |
| 10 |
| ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି ଧର୍ମସ୍ଵରୂପଙ୍କ ବିଷୟକ ଜ୍ଞାନ ସୁବିବେଚନା ଅଟେ । |
| 11 |
| ଯେହେତୁ ମୋʼ ଦ୍ଵାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି ତୁମ୍ଭ ଆୟୁର ବର୍ଷ ବଢ଼ିବ । |
| 12 |
| ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯେବେ ନିନ୍ଦା କର, ଆପେ ତାହା ବହିବ । |
| 13 |
| ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ । |
| 14 |
| ସେ ଆପଣା ଗୃହଦ୍ଵାର ନିକଟରେ ଓ ନଗରର ଉଚ୍ଚ ସ୍ଥାନରେ ଆସନ ପାରି ବସେ । |
| 15 |
| ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ, |
| 16 |
| ଯେ ଅବୋଧ, ସେ ଏଠାକୁ ଆସୁ । ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ, |
| 17 |
| ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ଵାଦୁ । |
| 18 |
| ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/proverbs/009.mp3
31
9