|
| 1 |
|
| ସବୁ ବିଷୟର କାଳ ଅଛି ଓ ଆକାଶ ତଳେ ସବୁ ମନୋରଥର ସମୟ ଅଛି; |
|
| 2 |
|
| ଜନ୍ମିବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ; |
|
| 3 |
|
| ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ଗାନ୍ଥିବାର ସମୟ; |
|
| 4 |
|
| ରୋଦନ କରିବାର ସମୟ ଓ ହାସ୍ୟ କରିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟନ୍ତ |
|
| 5 |
|
| ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ; |
|
| 6 |
|
| ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ; |
|
| 7 |
|
| ଚିରିବାର ସମୟ ଓ ସିଁଇବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ; |
|
| 8 |
|
| ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ସନ୍ଧିର ସମୟ ଅଛି । |
|
| 9 |
|
| କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ? |
|
| 10 |
|
| ପରମେଶ୍ଵର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ ଆୟାସ ଦେଇଅଛନ୍ତି, ତାହା ମୁଁ ଦେଖିଅଛି । |
|
| 11 |
|
| ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନ; କାଳ ରଖିଅଛନ୍ତି; ତଥାପି ପରମେଶ୍ଵର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ଵ ପାଇ ପାରେ ନାହିଁ । |
|
| 12 |
|
| ଆମ୍ଭେ ଜାଣୁ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ । |
|
| 13 |
|
| ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ଵରଙ୍କ ଦାନ । |
|
| 14 |
|
| ମୁଁ ଜାଣେ ଯେ, ପରମେଶ୍ଵର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ଵରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି । |
|
| 15 |
|
| ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ଵର ତାହା ପୁନର୍ବାର ଅନ୍ଵେଷଣ କରନ୍ତି । |
|
| 16 |
|
| ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି । |
|
| 17 |
|
| ମୁଁ ମନେ ମନେ କହିଲି, ପରମେଶ୍ଵର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନୋରଥ ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି । |
|
| 18 |
|
| ମୁଁ ମନେ ମନେ କହିଲି, ପରମେଶ୍ଵର ଯେପରି ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି । |
|
| 19 |
|
| କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟନା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ କାରଣ ସବୁ ଅସାର । |
|
| 20 |
|
| ସମସ୍ତେ ଏକ ସ୍ଥାନକୁ ଯାʼନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି । |
|
| 21 |
|
| ମନୁଷ୍ୟର ଆତ୍ମା ଊର୍ଦ୍ଧ୍ଵଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ? |
|
| 22 |
|
| ଏହେତୁ ମନୁଷ୍ୟ ସ୍ଵକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ଉତ୍ତାରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ? |
|
|
|
|