|
| 1 |
|
| ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁଫୁଲ ଅଟେ। |
|
| 2 |
|
| ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା। |
|
| 3 |
|
| ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା। |
|
| 4 |
|
| ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋʼ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା। |
|
| 5 |
|
| ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମପୀଡ଼ିତା। |
|
| 6 |
|
| ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ। |
|
| 7 |
|
| ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ। |
|
| 8 |
|
| ଏହି ତ ମୋʼ ପ୍ରିୟତମଙ୍କ ରବ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି। |
|
| 9 |
|
| ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି। |
|
| 10 |
|
| ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ। |
|
| 11 |
|
| କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା; |
|
| 12 |
|
| ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି; |
|
| 13 |
|
| ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ। |
|
| 14 |
|
| ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର। |
|
| 15 |
|
| ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।” |
|
| 16 |
|
| ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି। |
|
| 17 |
|
| ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରିଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ। |
|
|
|
|