ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। |
| 2 |
| “ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି;” ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। |
| 3 |
| ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, “ତାଙ୍କୁ କି ତୁମ୍ଭେମାନେ ଦେଖିଲ?” |
| 4 |
| ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋʼ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ। |
| 5 |
| ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ। |
| 6 |
| ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ? |
| 7 |
| ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି। |
| 8 |
| ସେମାନେ ସମସ୍ତେ ଖଡ୍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ୱ ସ୍ୱ ଖଡ୍ଗ ବନ୍ଧା ଥାଏ। |
| 9 |
| ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ। |
| 10 |
| ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ। |
| 11 |
| ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/songofsolomon/003.mp3
8
3