ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି କୁହ? |
| 2 |
| ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି। |
| 3 |
| ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି। |
| 4 |
| ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ। |
| 5 |
| ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ। |
| 6 |
| ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ। |
| 7 |
| ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ। |
| 8 |
| ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି। |
| 9 |
| ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ। |
| 10 |
| ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ? |
| 11 |
| ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍ରୋଟ୍ ଉଦ୍ୟାନକୁ ଗଲି। |
| 12 |
| ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋʼ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା। |
| 13 |
| ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ? |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/songofsolomon/006.mp3
8
6