ପବିତ୍ର ବାଇବଲ (OROV) 2014
|
| 1 |
| ଆଗୋ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜିପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁ ଦିଗ ଧରିଅଛନ୍ତି? |
| 2 |
| ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକି, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ ଶୋଶନ୍ ପୁଷ୍ପ ସଂଗ୍ରହ କରିବାକୁ ଯାଇଅଛନ୍ତି । |
| 3 |
| ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; ସେ ଶୋଶନ୍ ପୁଷ୍ପ ବନରେ ଆପଣା ପଲ ଚରାନ୍ତି । |
| 4 |
| ଆଗୋ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ଵଜାଧାରୀ ସୈନ୍ୟ ପରି ଭୟଙ୍କରୀ । |
| 5 |
| ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ଵାରା ମୁଁ ପରାସ୍ତ ହୋଇଅଛି । ତୁମ୍ଭର କ୍ଳେଶ ଗିଲିୟଦ ପାର୍ଶ୍ଵରେ ଆରାମକାରୀ ଛେଳିପଲ ତୁଲ୍ୟ । |
| 6 |
| ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଅାଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ । |
| 7 |
| ତୁମ୍ଭ ଘୁମୁଟା ତଳେ ତୁମ୍ଭ ଗଣ୍ତଦେଶ ଡାଳିମ୍ଵଖଣ୍ତ ସଦୃଶ । |
| 8 |
| ଷାଠିଏ ରାଣୀ ଓ ଅଶୀ ଉପପନିୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି । |
| 9 |
| ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ଵିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା । କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପନିୀଗଣ ତାହାକୁ ପ୍ରଶଂସା କଲେ । |
| 10 |
| ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ଵଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ? |
| 11 |
| ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ଵ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍ରୋଟ୍ ଉଦ୍ୟାନକୁ ଗଲି । |
| 12 |
| ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋʼ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା । |
| 13 |
| ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/songofsolomon/006.mp3
8
6