ପବିତ୍ର ବାଇବଲ ERV 2004
|
| 1 |
| ସେ (ପୁ) ତାଙ୍କର (ସ୍ତ୍ରୀ) ସୌନ୍ଦର୍ଯ୍ୟ ପ୍ରଶଂସା କଲେ ଆଗୋ ରାଜକନ୍ୟା, ପାଦୁକାରେ ତୁମ୍ଭ ଚରଣ କେତେ ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ। |
| 2 |
| ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ପାତ୍ର ତୁଲ୍ୟ। ତୁମ୍ଭର ଉଦର ଶୋଶନ୍ ପୁଷ୍ପ ମଣ୍ଡିତ ଗହମ ରାଶି ତୁଲ୍ୟ। |
| 3 |
| ତୁମ୍ଭର ସ୍ତନ ଯୁଗଳ ହରିଣର ଯାଆଁଳା ଛୁଆ ପରି। |
| 4 |
| ତୁମ୍ଭର ଗଳଦେଶ ଗଳଦନ୍ତମୟ ଦୁର୍ଗ ସଦୃଶ। ତୁମ୍ଭ ନେତ୍ର ଯୁଗଳ ବେଥ୍-ରବ୍ବୀମ ନଗର ଦ୍ୱାର ନିକଟସ୍ଥ ହିଶ୍ବୋନ୍ ସେରାବର ସଦୃଶ। ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନ୍ର ଦୁର୍ଗ ତୁଲ୍ୟ। |
| 5 |
| ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ। ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ। ତହିଁର ବେଣୀ ପାଶରେ ରାଜା ବନ୍ଦୀରୂପେ ଧୃତ ଅଟନ୍ତି। |
| 6 |
| ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କେମନ୍ତ ସୁନ୍ଦରୀ ଓ ମାନୋହାରିଣୀ। |
| 7 |
| ତୁମ୍ଭ ଶରୀରର ଦୀର୍ଘତା ଖଜୁରୀ ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ମେଞ୍ଚାଏ ଫଳ ତୁଲ୍ୟ। |
| 8 |
| ମୁଁ କହିଲି, ମୁଁ ଖଜୁରି ଗଛ ଚଢ଼ିବି। ମୁଁ ତହିଁର ବାହୁଙ୍ଗା ଧରିବି। ତୁମ୍ଭର ସ୍ତନ ତୁଲ୍ୟ ହେଉ। ପୁଣି ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ। |
| 9 |
| ତୁମ୍ଭର ଚୁମ୍ବନ ସର୍ବୋତ୍ତମ, ଦ୍ରାକ୍ଷାରସ ତୁଲ୍ୟ, ସେହି ଦ୍ରାକ୍ଷାରସ ମୋ’ ପ୍ରିୟତମାଙ୍କ ଗଳ ଦେଶରେ ଧୀର ଭାବରେ ଗଳିଯାଏ ଏବଂ ମୋର ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ବହିଯାଏ। |
| 10 |
| ସେ (ସ୍ତ୍ରୀ) ତାଙ୍କୁ (ପୁ) କହିଲେ ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋ’ ପ୍ରତି ଅଛି। |
| 11 |
| ଆସ, ମୋର ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯିବା। ଆସ ହେନା ଗ୍ଭରାଗଛ ଗହଣରେ ରାତିଟି କଟେଇଦେବା। |
| 12 |
| ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ। ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ଫୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଆମ୍ଭେମାନେ ଦେଖିବା। ସେଠାରେ ମୁଁ ତୁମ୍ଭଙ୍କୁ ଆପଣା ପ୍ରେମ ପ୍ରଦାନ କରିବି। |
| 13 |
| ଦୂଦା ଫୁଲ ସୁବାସ ହେଉଅଛି। ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ତଟକା ଫଳ ଓ ଶୁଖିଲା ଫଳ ଅଛି। ହେ ମୋର ପ୍ରିୟତମ, ଏସବୁ ମୁଁ ତୁମ୍ଭ ପାଇଁ ରଖିଅଛି। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaerv/songofsolomon/007.mp3
8
7