|
| 1 |
|
| ଦର୍ଶନ ଉପତ୍ୟକା ବିଷୟକ ଭାରୋକ୍ତି । ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ? |
|
| 2 |
|
| ହେ ଆନନ୍ଦ ଧ୍ଵନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ଼୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି । |
|
| 3 |
|
| ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ଵାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ । |
|
| 4 |
|
| ଏଥିପାଇଁ ମୁଁ କହିଲି, ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ଵନା କରିବା ପାଇଁ ଚେଷ୍ଟା କର ନାହିଁ । |
|
| 5 |
|
| କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର ଓ ଦଳନର ଓ ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି । |
|
| 6 |
|
| ପୁଣି, ଏଲମ ରଥାରୋହୀ ଓ ଅଶ୍ଵାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍ ଢାଲ ଅନାବୃତ କଲା । |
|
| 7 |
|
| ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ଵାରୋହୀମାନେ ନଗର-ଦ୍ଵାରରେ ସସଜ୍ଜ ହୋଇଥିଲେ । |
|
| 8 |
|
| ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ । |
|
| 9 |
|
| ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ । |
|
| 10 |
|
| ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ । |
|
| 11 |
|
| ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଙ୍କଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ । |
|
| 12 |
|
| ପୁଣି, ସେଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ତନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ; |
|
| 13 |
|
| ମାତ୍ର ଦେଖ, ଆମୋଦପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା । |
|
| 14 |
|
| ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ଵୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ନୋହିବ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି । |
|
| 15 |
|
| ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍, ଗୃହର ଅଧ୍ୟକ୍ଷ ଶୀବ୍ନ ନିକଟକୁ ଯାଇ କୁହ, |
|
| 16 |
|
| ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି! |
|
| 17 |
|
| ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ । |
|
| 18 |
|
| ନିଶ୍ଚୟ ସେ ପେଣ୍ତୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ଵରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ଵରୂପ । |
|
| 19 |
|
| ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ି ଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ । |
|
| 20 |
|
| ଆଉ, ସେଦିନ ଆମ୍ଭେ ଆପଣା ଦାସକୁ, ହିଲ୍କୀୟର ପୁତ୍ର ଇଲୀୟାକୀମ୍କୁ ଡାକିବା; |
|
| 21 |
|
| ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ଵାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ । |
|
| 22 |
|
| ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ । |
|
| 23 |
|
| ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ଵରୂପ ହେବ । |
|
| 24 |
|
| ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ । |
|
| 25 |
|
| ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ; କାରଣ ସଦାପ୍ରଭୁ ଏହା କହିଅଛନ୍ତି । |
|
|
|
|