|
| 1 |
|
| ସୋର ବିଷୟକ ଭାରୋକ୍ତି । ହେ ତର୍ଶୀଶ୍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କି ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା । |
|
| 2 |
|
| ହେ ଦ୍ଵୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ । |
|
| 3 |
|
| ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ଵରୂପ ଥିଲା । |
|
| 4 |
|
| ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କି ଯୁବତୀଗଣର ଭରଣପୋଷଣ କରି ନାହୁଁ । |
|
| 5 |
|
| ଏହି ସମ୍ଵାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ଵାଦରେ ଅତ୍ୟ; ବ୍ୟଥିତ ହେବେ । |
|
| 6 |
|
| ତୁମ୍ଭେମାନେ ପାର ହୋଇ ତର୍ଶୀଶକୁ ଯାଅ; ହେ ଦ୍ଵୀପନିବାସୀମାନେ, ହାହାକାର କର । |
|
| 7 |
|
| ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀଣ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା । |
|
| 8 |
|
| ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି? |
|
| 9 |
|
| ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି । |
|
| 10 |
|
| ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳନଦୀ ତୁଲ୍ୟ ଆପଣା ଦେଶ ମଧ୍ୟ ଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ । |
|
| 11 |
|
| ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି । |
|
| 12 |
|
| ପୁଣି, ସେ କହିଲେ, ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ । |
|
| 13 |
|
| କଲଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣନିମନ୍ତେ ଅଶୂରୀୟଣତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା । |
|
| 14 |
|
| ହେ ତର୍ଶୀଶ୍ର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା । |
|
| 15 |
|
| ସେଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ । |
|
| 16 |
|
| ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ । |
|
| 17 |
|
| ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ଵ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକି ଫେରିବ, ପୁଣି ଭୂମଣ୍ତଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟା ବୃତ୍ତି କରିବ । |
|
| 18 |
|
| ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ତାରରେ ରଖା କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ । |
|
|
|
|