ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ। |
| 2 |
| ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର। |
| 3 |
| ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ। |
| 4 |
| ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି। |
| 5 |
| ପୁଣି, ସେ ଊର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି। |
| 6 |
| ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।” |
| 7 |
| ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ। |
| 8 |
| ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି। |
| 9 |
| ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି। |
| 10 |
| ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ। |
| 11 |
| ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ। |
| 12 |
| ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ। |
| 13 |
| ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା। |
| 14 |
| ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ। |
| 15 |
| ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୋ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ୱିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ। |
| 16 |
| ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ। |
| 17 |
| ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ। |
| 18 |
| ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି। |
| 19 |
| ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରିଦେବ। |
| 20 |
| ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର; କ୍ରୋଧ ବହି ଯିବାଯାଏ ଅଳ୍ପକ୍ଷଣ ଆପଣାକୁ ଲୁଚାଅ। |
| 21 |
| କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ। |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/isaiah/026.mp3
66
26