ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ। |
| 2 |
| ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ। |
| 3 |
| ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର। |
| 4 |
| ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।” |
| 5 |
| ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ। |
| 6 |
| ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ। |
| 7 |
| ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ। |
| 8 |
| ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ। |
| 9 |
| ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ; |
| 10 |
| ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/isaiah/035.mp3
66
35