|
| 1 |
|
| ହିଜକୀୟ ରାଜାର ଅଧିକାରର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ୍ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା । |
|
| 2 |
|
| ତହିଁରେ ଅଶୂରର ରାଜା ରବ୍ଶାକିକି ମହାସୈନ୍ୟ ସହିତ ଲାଖୀଶ୍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା । ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା । |
|
| 3 |
|
| ତେବେ ହିଲ୍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ । |
|
| 4 |
|
| ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ଵାସ କରୁଅଛ, ତାହା କିରୂପ ବିଶ୍ଵାସ? |
|
| 5 |
|
| ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ? |
|
| 6 |
|
| ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସ୍ରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର । |
|
| 7 |
|
| ମାତ୍ର ଯେବେ ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରି ଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି? |
|
| 8 |
|
| ଏହେତୁ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ଵ ଦେବି, ଯେବେ ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ । |
|
| 9 |
|
| ତେବେ କିରୂପେ ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକି ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ଵାରୋହୀ ନିମନ୍ତେ ମିସର ଉପରେ ବିଶ୍ଵାସ କରିବ? |
|
| 10 |
|
| ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ଵଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ଵଂସ କର । |
|
| 11 |
|
| ଏଥିରେ ଇଲୀୟାକୀମ୍ ଓ ଶିବ୍ନ ଓ ଯୋୟାହ ରବଶାକିକି କହିଲେ, ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ । |
|
| 12 |
|
| ମାତ୍ର ରବ୍ଶାକି ସେମାନଙ୍କୁ କହିଲା, ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି? |
|
| 13 |
|
| ତହୁଁ ରବ୍ଶାକି ଠିଆ ହୋଇ ଉଚ୍ଚସ୍ଵରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ । |
|
| 14 |
|
| ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରିପାରିବ ନାହିଁ; |
|
| 15 |
|
| କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ନୋହିବ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ଵାସ ନ କରାଉ । |
|
| 16 |
|
| ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ-ଜଳ ପାନ କର; |
|
| 17 |
|
| ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ଵଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟୀ ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି । |
|
| 18 |
|
| ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ । ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି? |
|
| 19 |
|
| ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି? |
|
| 20 |
|
| ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ? |
|
| 21 |
|
| ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା । |
|
| 22 |
|
| ତହିଁରେ ହିଲ୍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍ଶାକିର କଥାସବୁ ତାହାକୁ ଜଣାଇଲେ । |
|
|
|
|