|
| 1 |
|
| ମୋʼ ଲୋକମାନଙ୍କୁ ସାନ୍ତ୍ଵନା କର, ସାନ୍ତ୍ଵନା କର, ତୁମ୍ଭମାନଙ୍କ ପରମେଶ୍ଵର ଏହା କହନ୍ତି । |
|
| 2 |
|
| ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ହେତୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର । |
|
| 3 |
|
| ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିମନ୍ତେ ରାଜପଥ ସଳଖ କର । |
|
| 4 |
|
| ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନସବୁ ସମାନ କରାଯିବ; |
|
| 5 |
|
| ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି । |
|
| 6 |
|
| ଏକ ଜଣର ରବ କହେ, ପ୍ରଚାର କର, ତହିଁରେ ଜଣେ କହିଲା, କଅଣ ପ୍ରଚାର କରିବା? ମର୍ତ୍ତ୍ୟ ମାତ୍ର ତୃଣ ସ୍ଵରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ; |
|
| 7 |
|
| ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ଵାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ଵରୂପ । |
|
| 8 |
|
| ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ । |
|
| 9 |
|
| ହେ ସିୟୋନ ନିକଟରେ ସୁସମାଚାର ପ୍ରଚାର-କାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ଵର କର, ଉଚ୍ଚସ୍ଵର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ଵରଣ! |
|
| 10 |
|
| ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ଵ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଅଗ୍ରେ ତାହାଙ୍କର ପ୍ରତିଫଳ ଅଛି । |
|
| 11 |
|
| ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆ-ମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ । |
|
| 12 |
|
| କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି ଓ ଚାଖଣ୍ତ ଦ୍ଵାରା ଆକାଶମଣ୍ତଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲିଅଛନ୍ତି? |
|
| 13 |
|
| ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି? |
|
| 14 |
|
| ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା ଓ ଜ୍ଞାନ ଶିକ୍ଷା ଦେଲା ଓ ବିବେଚନାର ମାର୍ଗ ତାହାଙ୍କୁ ଦେଖାଇଲା? |
|
| 15 |
|
| ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ଵୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି । |
|
| 16 |
|
| ପୁଣି, ଲିବାନୋନ ଜାଳ ପାଇଁ ଓ ତହିଁର ପଶୁଗଣ ହୋମବଳି ପାଇଁ ଯଥେଷ୍ଟ ନୁହନ୍ତି । |
|
| 17 |
|
| ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି । |
|
| 18 |
|
| ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ଵରଙ୍କୁ ତୁଳନା କରିବ? ଅବା କେଉଁ ମୂର୍ତ୍ତିକି ତାହାଙ୍କ ସଦୃଶ କରିବ? |
|
| 19 |
|
| ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ଵର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ତନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ । |
|
| 20 |
|
| ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ଵେଷଣ କରେ । |
|
| 21 |
|
| ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ? |
|
| 22 |
|
| ସେ ଭୂମଣ୍ତଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ଵରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ତଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ଵୁତୁଲ୍ୟ ତାହା ବିସ୍ତାରନ୍ତି; |
|
| 23 |
|
| ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ଅବସ୍ତୁବତ୍ କରନ୍ତି । |
|
| 24 |
|
| ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ତିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ । |
|
| 25 |
|
| ଏହେତୁ ସେହି ଧର୍ମସ୍ଵରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ? |
|
| 26 |
|
| ଊର୍ଦ୍ଧ୍ଵଦୃଷ୍ଟି କରି ଦେଖ, ଏସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ଵାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ । |
|
| 27 |
|
| ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ଵରଙ୍କ ଜ୍ଞାନର ଅତୀତ, ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କିପାଁ ଏହା କହୁଅଛ? |
|
| 28 |
|
| ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନ; ପରମେଶ୍ଵର ସଦାପ୍ରଭୁ କ୍ଳା; ହୁଅନ୍ତି ନାହିଁ, କି ଶ୍ରା; ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ । |
|
| 29 |
|
| ସେ କ୍ଳା; ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି । |
|
| 30 |
|
| ତରୁଣମାନେ ହେଁ କ୍ଳା; ଓ ଶ୍ରା; ହେବେ, ପୁଣି ଯୁବକମାନେ ନିତା; ପଡ଼ିଯିବେ; |
|
| 31 |
|
| ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରା; ନ ହୋଇ ଦୌଡ଼ିବେ; ସେମାନେ କ୍ଳା; ନ ହୋଇ ଗମନ କରିବେ । |
|
|
|
|