|
| 1 |
|
| ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନୋହିବ । |
|
| 2 |
|
| ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ଜାମା କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ । |
|
| 3 |
|
| ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବନ୍ତ ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ । |
|
| 4 |
|
| ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ଵରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ । |
|
| 5 |
|
| ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ଵକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ନୋହିବ । |
|
| 6 |
|
| ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ ⇧। |
|
| 7 |
|
| ପୁଣି, ତୁମ୍ଭେ କହିଲ, ଆମ୍ଭେ ସଦାକାଳ କର୍ତ୍ତୃତ୍ଵକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ । |
|
| 8 |
|
| ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ; |
|
| 9 |
|
| ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ଵ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ । |
|
| 10 |
|
| କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; |
|
| 11 |
|
| ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରିପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ । |
|
| 12 |
|
| ତୁମ୍ଭେ ବାଲ୍ୟରୁ ଆପଣାର ଯେଉଁ ମାୟାବୀତ୍ଵ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ଵନ କର । କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ । |
|
| 13 |
|
| ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳା; ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ର-ଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଛିଡ଼ା ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ । |
|
| 14 |
|
| ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ । ତାହା ଉଷ୍ଣ ହେବା ନିମନ୍ତେ ଜ୍ଵଳ; ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ଵରୂପ ନୋହିବ । |
|
| 15 |
|
| ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେସବୁ ତୁମ୍ଭ ପ୍ରତି ଏରୂପ ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ । |
|
|
|
|