|
| 1 |
|
| ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା ଣକୁହ । |
|
| 2 |
|
| ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ଵାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ । |
|
| 3 |
|
| ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ । |
|
| 4 |
|
| କାରଣ ଯେବେ ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜଗଣ ରଥରେ ଓ ଅଶ୍ଵରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ଵାର ଦେଇ ପ୍ରବେଶ କରିବେ । |
|
| 5 |
|
| ମାତ୍ର ଯେବେ ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ । |
|
| 6 |
|
| କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ୍ ଓ ଲିବାନୋନର ଶୃଙ୍ଗ ସ୍ଵରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ଵରୂପ କରିବା । |
|
| 7 |
|
| ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ । |
|
| 8 |
|
| ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକି କହିବେ, ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ? |
|
| 9 |
|
| ତହିଁରେ ସେମାନେ ଉତ୍ତର କରିବେ, କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣର ପ୍ରଣାମ ଓ ସେବା କଲେ । |
|
| 10 |
|
| ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ । |
|
| 11 |
|
| ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ଵ କଲା ଓ ଏହି ସ୍ଥାନରୁ ବାହାରି ଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; |
|
| 12 |
|
| ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ଵ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ । |
|
| 13 |
|
| ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ; |
|
| 14 |
|
| ଯେ କହେ, ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରୀମାନ ନିର୍ମାଣ କରିବା ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ସିନ୍ଦୂର ବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର! |
|
| 15 |
|
| ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯନି କରିବା ହେତୁରୁ କି ରାଜତ୍ଵ କରିବ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ? ତହିଁରେ ତାହାର ମଙ୍ଗଳ ହେଲା । |
|
| 16 |
|
| ସେ ଦରିଦ୍ର ଓ ଦୀନହୀନମାନଙ୍କର ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା । ସଦାପ୍ରଭୁ କହନ୍ତି, ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ? |
|
| 17 |
|
| ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ । |
|
| 18 |
|
| ଏହେତୁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଲୋକମାନେ, ହାୟ, ଆମ୍ଭର ଭାଇଣ! ଅବା ହାୟ, ଭଉଣୀଣ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁଣ! ଅବା ହାୟ, ତାଙ୍କର ମହିମା! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ । |
|
| 19 |
|
| ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ଵାର ବାହାରେ ପକାଯିବ । |
|
| 20 |
|
| ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ଵର କର ଓ ଅବାରୀମରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି । |
|
| 21 |
|
| ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ମୁଁ ଶୁଣିବି ନାହିଁ; ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି । |
|
| 22 |
|
| ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ଵ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ହେତୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ । |
|
| 23 |
|
| ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ । |
|
| 24 |
|
| ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା; |
|
| 25 |
|
| ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍, ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ କଲ୍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା । |
|
| 26 |
|
| ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା । ଆଉ, ସେଠାରେ ତୁମ୍ଭେମାନେ ମରିବ । |
|
| 27 |
|
| ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ । |
|
| 28 |
|
| ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ । |
|
| 29 |
|
| ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ । |
|
| 30 |
|
| ସଦାପ୍ରଭୁ ଏହି କଥା କହନ୍ତି, ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ନୋହିବ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ଵ କରି ସମୃଦ୍ଧ ନୋହିବ । |
|
|
|
|