|
| 1 |
|
| ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!” |
|
| 2 |
|
| ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା। |
|
| 3 |
|
| ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ। |
|
| 4 |
|
| ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି। |
|
| 5 |
|
| ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ। |
|
| 6 |
|
| ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ। |
|
| 7 |
|
| ଏଣୁକରି ‘ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’ |
|
| 8 |
|
| ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।” |
|
| 9 |
|
| ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି। |
|
| 10 |
|
| କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ। |
|
| 11 |
|
| “କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ। |
|
| 12 |
|
| ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା। |
|
| 13 |
|
| ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ। |
|
| 14 |
|
| ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।” |
|
| 15 |
|
| ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପିଅଛି।” |
|
| 16 |
|
| ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ। |
|
| 17 |
|
| ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’” |
|
| 18 |
|
| ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇଅଛି? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି? |
|
| 19 |
|
| ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ। |
|
| 20 |
|
| ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ। |
|
| 21 |
|
| “ଆମ୍ଭେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। |
|
| 22 |
|
| ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ। |
|
| 23 |
|
| ସଦାପ୍ରଭୁ କହନ୍ତି, ଆମ୍ଭେ କି ନିକଟରେ ପରମେଶ୍ୱର ଅଟୁ ଓ ଦୂରରେ ପରମେଶ୍ୱର ନୋହୁଁ? |
|
| 24 |
|
| ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ? |
|
| 25 |
|
| ‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ। |
|
| 26 |
|
| ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ? |
|
| 27 |
|
| ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି। |
|
| 28 |
|
| ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ? |
|
| 29 |
|
| ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ? |
|
| 30 |
|
| ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ। |
|
| 31 |
|
| ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ। |
|
| 32 |
|
| ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ। |
|
| 33 |
|
| ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’ |
|
| 34 |
|
| ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା। |
|
| 35 |
|
| ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଓ ଆପଣା ଭ୍ରାତାକୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି?’ |
|
| 36 |
|
| ପୁଣି, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ’ ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ। |
|
| 37 |
|
| ତୁମ୍ଭେ ଭବିଷ୍ୟଦ୍ବକ୍ତାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ ଓ ‘ସଦାପ୍ରଭୁ କି କଥା କହିଅଛନ୍ତି?’ |
|
| 38 |
|
| ମାତ୍ର ‘ସଦାପ୍ରଭୁଙ୍କର ଭାରୋକ୍ତି,’ ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି: ‘ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ,’ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ।’ |
|
| 39 |
|
| ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା; |
|
| 40 |
|
| ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।” |
|
|
|
|