|
| 1 |
|
| ଅନନ୍ତର ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକ-ସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା, |
|
| 2 |
|
| ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ଅଛୁ । |
|
| 3 |
|
| ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା। |
|
| 4 |
|
| ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା । |
|
| 5 |
|
| ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ପରମେଶ୍ଵରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ, |
|
| 6 |
|
| ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ । |
|
| 7 |
|
| ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ । |
|
| 8 |
|
| ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳରେ ଭବିଷ୍ୟଦ୍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛନ୍ତି । |
|
| 9 |
|
| ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ । |
|
| 10 |
|
| ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ି ନେଇ ତାହା ଭାଙ୍ଗି ପକାଇଲା । |
|
| 11 |
|
| ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା । ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ । |
|
| 12 |
|
| ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, |
|
| 13 |
|
| ତୁମ୍ଭେ ଯାଇ ହନାନୀୟକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ । |
|
| 14 |
|
| କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ । |
|
| 15 |
|
| ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ, ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ଵାସ କରାଉଅଛ । |
|
| 16 |
|
| ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ । |
|
| 17 |
|
| ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲା । |
|
|
|
|