ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ, |
| 2 |
| “ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି; |
| 3 |
| ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’ |
| 4 |
| ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା। |
| 5 |
| ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।” |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/jeremiah/045.mp3
52
45