|
| 1 |
|
| ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ୱାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ। |
|
| 2 |
|
| ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇ ଅଛନ୍ତି। |
|
| 3 |
|
| ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନସାରା ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି। |
|
| 4 |
|
| ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି। |
|
| 5 |
|
| ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି। |
|
| 6 |
|
| ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛନ୍ତି। |
|
| 7 |
|
| ସେ ମୋର ଚାରିଆଡ଼େ ସୁରକ୍ଷାର ବାଡ଼ ଦେଇଅଛନ୍ତି, ଯେପରି ମୁଁ ବାହାରିଯାଇ ନ ପାରେ; ସେ ମୋହର ଜଞ୍ଜିର ଭାରୀ କରିଅଛନ୍ତି। |
|
| 8 |
|
| ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି। |
|
| 9 |
|
| ସେ କଟା ପଥରରେ ମୋହର ପଥ ଅବରୋଧ କରିଅଛନ୍ତି, ସେ ମୋର ପଥସବୁ ବକ୍ର କରିଅଛନ୍ତି। |
|
| 10 |
|
| ସେ ମୋʼ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି। |
|
| 11 |
|
| ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ଡ ଖଣ୍ଡ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି। |
|
| 12 |
|
| ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି। |
|
| 13 |
|
| ସେ ଆପଣା ତୂଣର ଶର ମୋହର ହୃଦୟରେ ପ୍ରବେଶ କରାଇଅଛନ୍ତି। |
|
| 14 |
|
| ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନସାରା ସେମାନଙ୍କର ଗାୟନ ହୋଇଅଛି। |
|
| 15 |
|
| ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି। |
|
| 16 |
|
| ଆହୁରି, ସେ କଙ୍କରରେ ମୋର ଦନ୍ତ ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି। |
|
| 17 |
|
| ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି। |
|
| 18 |
|
| ଏଣୁ ମୁଁ କହିଲି, “ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।” |
|
| 19 |
|
| ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ୱରୂପ। |
|
| 20 |
|
| ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି। |
|
| 21 |
|
| ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି। |
|
| 22 |
|
| ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ। |
|
| 23 |
|
| ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ। |
|
| 24 |
|
| ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।” |
|
| 25 |
|
| ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି। |
|
| 26 |
|
| ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ। |
|
| 27 |
|
| ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ। |
|
| 28 |
|
| ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି। |
|
| 29 |
|
| ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ। |
|
| 30 |
|
| ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ। |
|
| 31 |
|
| କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ। |
|
| 32 |
|
| କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ। |
|
| 33 |
|
| କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ। |
|
| 34 |
|
| ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର, |
|
| 35 |
|
| ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସତ୍ତ୍ୱ ଅନ୍ୟଥା ହେବାର, |
|
| 36 |
|
| ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ। |
|
| 37 |
|
| ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି? |
|
| 38 |
|
| ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ? |
|
| 39 |
|
| ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ? |
|
| 40 |
|
| ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ। |
|
| 41 |
|
| ଆମ୍ଭେମାନେ ସ୍ୱର୍ଗ ନିବାସୀ ପରମେଶ୍ୱରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ। |
|
| 42 |
|
| “ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ। |
|
| 43 |
|
| ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ। |
|
| 44 |
|
| ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ। |
|
| 45 |
|
| ତୁମ୍ଭେ ଗୋଷ୍ଠୀଗଣ ମଧ୍ୟରେ ଆମ୍ଭମାନଙ୍କୁ ଝଟା ଅଳିଆ ଓ ଅଗ୍ରାହ୍ୟ ବସ୍ତୁ ତୁଲ୍ୟ କରିଅଛ। |
|
| 46 |
|
| ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି। |
|
| 47 |
|
| ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି। |
|
| 48 |
|
| ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି। |
|
| 49 |
|
| ଯେପର୍ଯ୍ୟନ୍ତ ସଦାପ୍ରଭୁ ସ୍ୱର୍ଗରୁ ଅନାଇ ନ ଦେଖନ୍ତି, |
|
| 50 |
|
| ସେଯାଏ, ମୋର ଚକ୍ଷୁ ଅବିଶ୍ରାନ୍ତ ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ। |
|
| 51 |
|
| ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଦୁଃଖ ଆଣେ। |
|
| 52 |
|
| ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି। |
|
| 53 |
|
| ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି। |
|
| 54 |
|
| ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି। |
|
| 55 |
|
| ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି। |
|
| 56 |
|
| ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ। |
|
| 57 |
|
| ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲ; ତୁମ୍ଭେ କହିଲ, ଭୟ କର ନାହିଁ। |
|
| 58 |
|
| ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ। |
|
| 59 |
|
| ହେ ସଦାପ୍ରଭୁ, ମୋʼ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର। |
|
| 60 |
|
| ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ। |
|
| 61 |
|
| ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ; |
|
| 62 |
|
| ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ। |
|
| 63 |
|
| ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ୱରୂପ ହୋଇଅଛି। |
|
| 64 |
|
| ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ। |
|
| 65 |
|
| ତୁମ୍ଭେ ସେମାନଙ୍କୁ ଚିତ୍ତର କଠିନତା, ତୁମ୍ଭର ଅଭିଶାପ ଦେବ। |
|
| 66 |
|
| ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ଡଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ।” |
|
|
|
|