|
| 1 |
|
| ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ। |
|
| 2 |
|
| ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ ହୋଇଅଛି। |
|
| 3 |
|
| ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି। |
|
| 4 |
|
| ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ। |
|
| 5 |
|
| ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ। |
|
| 6 |
|
| ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ। |
|
| 7 |
|
| ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ। |
|
| 8 |
|
| ଦାସମାନେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି; ସେମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ କେହି ନାହିଁ। |
|
| 9 |
|
| ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ। |
|
| 10 |
|
| ଦୁର୍ଭିକ୍ଷର ଜ୍ୱଳନ୍ତ ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି। |
|
| 11 |
|
| ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ। |
|
| 12 |
|
| ଅଧିପତିମାନେ ସେମାନଙ୍କ ହସ୍ତ ଦ୍ୱାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା। |
|
| 13 |
|
| ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ। |
|
| 14 |
|
| ପ୍ରାଚୀନମାନେ ନଗରଦ୍ୱାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି। |
|
| 15 |
|
| ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି। |
|
| 16 |
|
| ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍ ଆମ୍ଭମାନଙ୍କୁ! କାରଣ ଆମ୍ଭେମାନେ ପାପ କରିଅଛୁ। |
|
| 17 |
|
| ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି। |
|
| 18 |
|
| କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି। |
|
| 19 |
|
| ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ। |
|
| 20 |
|
| ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁଅଛ, ଆଉ ଏତେ ଦୀର୍ଘ କାଳ ଆମ୍ଭମାନଙ୍କୁ ପରିତ୍ୟାଗ କରୁଅଛ? |
|
| 21 |
|
| ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ। |
|
| 22 |
|
| ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ। |
|
|
|
|