ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| “ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। |
| 2 |
| ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ‘ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀସକଳ ଆମ୍ଭମାନଙ୍କର ଅଧିକୃତ ହେଲା,’ |
| 3 |
| ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ; |
| 4 |
| ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି; |
| 5 |
| ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ; |
| 6 |
| ଏଣୁ ଇସ୍ରାଏଲର ଦେଶ ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ ପର୍ବତ ଓ ଉପପର୍ବତଗଣକୁ, ଜଳପ୍ରବାହ ଓ ଉପତ୍ୟକାସକଳକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କଠାରୁ ଅପମାନ ଭୋଗ କରିବାରୁ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଓ କୋପରେ କଥା କହିଅଛୁ; |
| 7 |
| ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା ହସ୍ତ ଉଠାଇ କହିଅଛୁ, ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅନ୍ୟ ଦେଶୀୟମାନେ ନିଶ୍ଚୟ ଆପଣାମାନଙ୍କ ଅପମାନ ଭୋଗ କରିବେ। |
| 8 |
| ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ। |
| 9 |
| ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ। |
| 10 |
| ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ସମସ୍ତ ଇସ୍ରାଏଲ ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତି ସ୍ଥାନ ହେବ ଓ ଧ୍ୱଂସସ୍ଥାନ ସକଳ ପୁନଃନିର୍ମିତ ହେବ; |
| 11 |
| ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣୁ ହୋଇ ସନ୍ତାନସନ୍ତତି ବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବକାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। |
| 12 |
| ଆହୁରି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ଅର୍ଥାତ୍, ଆମ୍ଭର ଇସ୍ରାଏଲ ଲୋକଙ୍କୁ ଗତାୟାତ କରାଇବା ଓ ସେମାନେ ତୁମ୍ଭମାନଙ୍କୁ ଭୋଗ କରିବେ, ଆଉ ତୁମ୍ଭେ ସେମାନଙ୍କର ଅଧିକାର ସ୍ୱରୂପ ହେବ, ପୁଣି, ତୁମ୍ଭେ ଏହି ସମୟଠାରୁ ଆଉ ସେମାନଙ୍କୁ ସନ୍ତାନବିହୀନ କରିବ ନାହିଁ। |
| 13 |
| ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ତୁମ୍ଭକୁ କହନ୍ତି, ‘ହେ ଦେଶ, ତୁମ୍ଭେ ମନୁଷ୍ୟ ଗ୍ରାସକ ଓ ନିଜ ଦେଶୀୟମାନଙ୍କର ନାଶକ ହୋଇଅଛ,’ |
| 14 |
| ଏଥିପାଇଁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆଉ ମନୁଷ୍ୟମାନଙ୍କୁ ଗ୍ରାସ କରିବ ନାହିଁ କିଅବା ତୁମ୍ଭ ଦେଶୀୟମାନଙ୍କର ନାଶ ଆଉ କରିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; |
| 15 |
| ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଅପମାନ ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦାବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। |
| 16 |
| ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା; |
| 17 |
| “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ନିଜ ଦେଶରେ ବାସ କରିବା ବେଳେ ସେମାନେ ଆପଣାମାନଙ୍କର ଆଚରଣ ଓ କ୍ରିୟା ଦ୍ୱାରା ତାହା ଅଶୁଚି କଲେ; ସେମାନଙ୍କର ଆଚରଣ ଆମ୍ଭ ସାକ୍ଷାତରେ ସ୍ତ୍ରୀଲୋକର ପୃଥକ ସ୍ଥିତିକାଳୀନ ଅଶୌଚର ତୁଲ୍ୟ ଥିଲା। |
| 18 |
| ଏନିମନ୍ତେ ସେମାନେ ଦେଶରେ ରକ୍ତ ଢାଳିବା ସକାଶୁ ଓ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା ତାହା ଅଶୁଚି କରିବା ସକାଶୁ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଢାଳିଲୁ, |
| 19 |
| ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ। |
| 20 |
| ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ‘ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।’ |
| 21 |
| ତଥାପି ଇସ୍ରାଏଲ ବଂଶ ନାନା ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ଆମ୍ଭର ଯେଉଁ ପବିତ୍ର ନାମ ଅପବିତ୍ର କଲେ, ସେହି ପବିତ୍ର ନାମ ସକାଶୁ ଆମ୍ଭର ଦୟା ଜାତ ହେଲା। |
| 22 |
| ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ। |
| 23 |
| ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ। |
| 24 |
| କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା। |
| 25 |
| ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା। |
| 26 |
| ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା। |
| 27 |
| ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ। |
| 28 |
| ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା। |
| 29 |
| ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ୱାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ। |
| 30 |
| ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ। |
| 31 |
| ସେହି ସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବ; ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ। |
| 32 |
| ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷଣ୍ଣ ହୁଅ। |
| 33 |
| ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେହି ଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ। |
| 34 |
| ପୁଣି, ଯେଉଁ ଦେଶ ପଥିକସକଳର ଦୃଷ୍ଟିରେ ଧ୍ୱଂସସ୍ଥାନ ହୋଇଥିଲା, ତହିଁରେ କୃଷିକାର୍ଯ୍ୟ କରାଯିବ। |
| 35 |
| ତହିଁରେ ଲୋକମାନେ କହିବେ, ‘ଏହି ଧ୍ୱଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ୱଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀର-ବେଷ୍ଟିତ ଓ ବସତି ସ୍ଥାନ ହୋଇଅଛି।’ |
| 36 |
| ସେତେବେଳେ ଆମ୍ଭେ ସଦାପ୍ରଭୁ ଯେ ଉତ୍ପାଟିତ ସ୍ଥାନସବୁ ନିର୍ମାଣ କରିଅଛୁ ଓ ଧ୍ୱଂସିତ ସ୍ଥାନରେ ରୋପଣ କରିଅଛୁ, ଏହା ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅବଶିଷ୍ଟ ଗୋଷ୍ଠୀୟମାନେ ଜ୍ଞାତ ହେବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଆମ୍ଭେ ଏହା ସଫଳ କରିବା। |
| 37 |
| ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲ ପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା। |
| 38 |
| ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେହିପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।” |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/ezekiel/036.mp3
48
36