|
| 1 |
|
| ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ। |
|
| 2 |
|
| ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା। |
|
| 3 |
|
| ସେ ମୋତେ ସେହି ସ୍ଥାନକୁ ନେଇଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ। |
|
| 4 |
|
| ଏଥିରେ ସେ ପୁରୁଷ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ।” |
|
| 5 |
|
| ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ଦଣ୍ଡ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର ସ୍ଥୂଳତା ଏକ ହାତ ଓ ଉଚ୍ଚତା ଏକ ହାତ ମାପିଲେ। |
|
| 6 |
|
| ଏଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରକୁ ଆସି ତହିଁର ପାବଚ୍ଛ ଦେଇ ଉପରକୁ ଉଠିଲେ; ଆଉ, ଦ୍ୱାରର ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ଓ ଅନ୍ୟ ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ମାପିଲେ। |
|
| 7 |
|
| ପୁଣି, ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ହାତ ଦୀର୍ଘ ଓ ଏକ ହାତ ପ୍ରସ୍ଥ ଥିଲା; ଆଉ, ପ୍ରତ୍ୟେକ କ୍ଷୁଦ୍ର କୋଠରିର ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ଥିଲା ଓ ଗୃହାଭିମୁଖ ଦ୍ୱାରର ବାରଣ୍ଡା ନିକଟସ୍ଥ ଦ୍ୱାରର ସମ୍ମୁଖ ସ୍ଥାନ ଏକ ହାତ ଥିଲା। |
|
| 8 |
|
| ଗୃହାଭିମୁଖ ଦ୍ୱାରର ବାରଣ୍ଡା ମଧ୍ୟ ସେ ଏକ ହାତ ମାପିଲେ। |
|
| 9 |
|
| ତହୁଁ ସେ ଦ୍ୱାରର ବାରଣ୍ଡା ଆଠ ହାତ ମାପିଲେ ଓ ତହିଁର ଉପସ୍ତମ୍ଭସକଳ ଦୁଇ ହାତ ଥିଲା; ପୁଣି, ଦ୍ୱାରର ବାରଣ୍ଡା ଗୃହ ପ୍ରତି ଥିଲା। |
|
| 10 |
|
| ଆଉ, ପୂର୍ବାଭିମୁଖ ଦ୍ୱାରର କ୍ଷୁଦ୍ର କୋଠରି ଏପାଖରେ ତିନି ଓ ସେପାଖରେ ତିନି ଥିଲା; ସେ ତିନିର ମାପ ଏକ ସମାନ ଥିଲା; ଆଉ, ଏପାଖ ଓ ସେପାଖ ସ୍ତମ୍ଭସବୁର ଏକ ସମାନ ମାପ ଥିଲା। |
|
| 11 |
|
| ପୁଣି, ସେ ଦ୍ୱାରର ପ୍ରବେଶ ସ୍ଥାନର ପ୍ରସ୍ଥ ଦଶ ହାତ ଓ ଦ୍ୱାରର ଦୀର୍ଘତା ତେର ହାତ ମାପିଲେ, |
|
| 12 |
|
| ଆଉ କ୍ଷୁଦ୍ର କୋଠରିସକଳର ସମ୍ମୁଖରେ, ଏପାଖରେ ଏକ ହାତ, ସେପାଖରେ ଏକ ହାତ ଧାର ଥିଲା ଓ ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ପାଖରେ ଛଅ ହାତ, ଅନ୍ୟ ପାଖରେ ଛଅ ହାତ ଥିଲା। |
|
| 13 |
|
| ପୁଣି, ସେ ଏକ କ୍ଷୁଦ୍ର କୋଠରିର ଛାତଠାରୁ ଅନ୍ୟ କ୍ଷୁଦ୍ର କୋଠରିର ଛାତ ପର୍ଯ୍ୟନ୍ତ ଦ୍ୱାରର ପ୍ରସ୍ଥ ପଚିଶ ହାତ ମାପିଲେ; ଦ୍ୱାର ସମ୍ମୁଖରେ ଦ୍ୱାର ଥିଲା। |
|
| 14 |
|
| ଉପସ୍ତମ୍ଭସକଳ ମଧ୍ୟ ସେ ଷାଠିଏ ହାତ ମାପିଲେ; ପୁଣି, ପ୍ରାଙ୍ଗଣ ଉପସ୍ତମ୍ଭ ପର୍ଯ୍ୟନ୍ତ ଗଲା, ଚାରିଆଡ଼େ ଦ୍ୱାର ଥିଲା। |
|
| 15 |
|
| ପୁଣି, ପ୍ରବେଶାର୍ଥକ ଦ୍ୱାରର ଅଗ୍ରଭାଗରୁ ଅନ୍ତରସ୍ଥ ବାରଣ୍ଡାର ଅଗ୍ରଭାଗ ପର୍ଯ୍ୟନ୍ତ ପଚାଶ ହାତ ଥିଲା। |
|
| 16 |
|
| ପୁଣି, ଦ୍ୱାର ଭିତରେ ଚାରିଆଡ଼େ କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭସକଳର ବନ୍ଦ ଜଳାକବାଟି ଥିଲା ଓ ମଣ୍ଡପସକଳରେ ମଧ୍ୟ ତଦ୍ରୂପ ଥିଲା, ଆଉ ଜଳାକବାଟିସବୁ ଭିତରେ ଚାରିଆଡ଼େ ଥିଲା ଓ ପ୍ରତ୍ୟେକ ଉପସ୍ତମ୍ଭ ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା। |
|
| 17 |
|
| ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା। |
|
| 18 |
|
| ପୁଣି, ସେହି ଚଟାଣ ଦ୍ୱାରସକଳର ପାର୍ଶ୍ୱରେ, ଦ୍ୱାରର ଦୀର୍ଘତାନୁସାରେ ଥିଲା, ଏହା ନିମ୍ନତର ଚଟାଣ। |
|
| 19 |
|
| ତେବେ ସେ ନିମ୍ନତର ଦ୍ୱାରର ଅଗ୍ରଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ, ପୂର୍ବ ଓ ଉତ୍ତର ଉଭୟ ଦିଗରେ ଏକ ଶହ ହାତ। |
|
| 20 |
|
| ପୁଣି, ସେ ବାହାର ପ୍ରାଙ୍ଗଣର ଉତ୍ତରାଭିମୁଖ ଦ୍ୱାରର ଦୀର୍ଘତା ଓ ପ୍ରସ୍ଥ ମାପିଲେ। |
|
| 21 |
|
| ଆଉ, ତହିଁର ଏକ ପାର୍ଶ୍ୱରେ ତିନି, ଅନ୍ୟ ପାର୍ଶ୍ୱରେ ତିନି କ୍ଷୁଦ୍ର କୋଠରି ଓ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳର ପରିମାଣ ପ୍ରଥମ ଦ୍ୱାରର ପରିମାଣ ତୁଲ୍ୟ, ଅର୍ଥାତ୍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା। |
|
| 22 |
|
| ପୁଣି, ତହିଁର ଜଳାକବାଟି, ମଣ୍ଡପ ଓ ଖର୍ଜ୍ଜୁର ବୃକ୍ଷର ଆକୃତିସକଳ ପୂର୍ବାଭିମୁଖ ଦ୍ୱାରର ପରିମାଣାନୁସାରେ ଥିଲା; ଲୋକମାନେ ସାତ ପାହାଚ ଦେଇ ତହିଁ ଉପରକୁ ଗଲେ ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା। |
|
| 23 |
|
| ଆଉ, ଉତ୍ତର ଓ ପୂର୍ବ ଦୁଇଆଡ଼େ, ଅନ୍ୟ ଦ୍ୱାରର ସମ୍ମୁଖରେ ଭିତର ପ୍ରାଙ୍ଗଣକୁ ଗୋଟିଏ ଦ୍ୱାର ଥିଲା; ପୁଣି, ସେ ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ। |
|
| 24 |
|
| ଏଥିଉତ୍ତାରେ ସେ ମୋତେ ଦକ୍ଷିଣ ଦିଗକୁ ନେଇଗଲେ, ଆଉ ଦେଖ, ଦକ୍ଷିଣ ଆଡ଼େ ଏକ ଦ୍ୱାର ଥିଲା; ଆଉ, ସେ ଉପରୋକ୍ତ ପରିମାଣାନୁସାରେ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳ ପରିମାଣ କଲେ। |
|
| 25 |
|
| ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ପୂର୍ବୋକ୍ତ ଜଳାକବାଟି ପରି ଜଳାକବାଟି ଥିଲା; ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା। |
|
| 26 |
|
| ତହିଁ ଉପରକୁ ଯିବା ପାଇଁ ସାତୋଟି ପାବଚ୍ଛ ଥିଲା ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା; ପୁଣି, ତହିଁର ଉପସ୍ତମ୍ଭସକଳର ଏପାଖରେ ସେପାଖରେ ଏକ ଏକ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା। |
|
| 27 |
|
| ଆଉ, ଦକ୍ଷିଣ ଆଡ଼ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ। |
|
| 28 |
|
| ଏଉତ୍ତାରେ ସେ ମୋତେ ଦକ୍ଷିଣ ଦ୍ୱାର ଦେଇ ଭିତର ପ୍ରାଙ୍ଗଣକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ଦକ୍ଷିଣ ଦ୍ୱାର ମାପିଲେ; |
|
| 29 |
|
| ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ଆଉ, ତହିଁରେ ଓ ତହିଁର ମଣ୍ଡପରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ପଚାଶ ହାତ ଦୀର୍ଘ ଓ ପଚିଶ ହାତ ପ୍ରସ୍ଥ ଥିଲା। |
|
| 30 |
|
| ପୁଣି, ତହିଁର ଚାରିଆଡ଼େ ପଚିଶ ହାତ ଦୀର୍ଘ ପାଞ୍ଚ ହାତ ପ୍ରସ୍ଥ ମଣ୍ଡପ ଥିଲା। |
|
| 31 |
|
| ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ଆଉ, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା। |
|
| 32 |
|
| ଏଥିଉତ୍ତାରେ ସେ ମୋତେ ପୂର୍ବ ଦିଗର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣ ଅନୁସାରେ ଦ୍ୱାର ମାପିଲେ। |
|
| 33 |
|
| ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ। |
|
| 34 |
|
| ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା। |
|
| 35 |
|
| ତହୁଁ ସେ ମୋତେ ଉତ୍ତର ଦ୍ୱାରକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ତାହା ମାପିଲେ; |
|
| 36 |
|
| ତହିଁର କ୍ଷୁଦ୍ର କୋଠରି, ଉପସ୍ତମ୍ଭ ଓ ମଣ୍ଡପସକଳ ମାପିଲେ; ଆଉ, ତହିଁରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ। |
|
| 37 |
|
| ପୁଣି, ତହିଁର ଉପସ୍ତମ୍ଭସକଳ ତାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା; ଆଉ, ସେହି ଉପସ୍ତମ୍ଭସକଳର ଉପରେ ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା। |
|
| 38 |
|
| ପୁଣି, ଦ୍ୱାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ୱାରବିଶିଷ୍ଟ ଏକ କୋଠରି ଥିଲା; ସେଠାରେ ସେମାନେ ହୋମବଳି ଧୌତ କଲେ |
|
| 39 |
|
| ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା। |
|
| 40 |
|
| ପୁଣି, ଦ୍ୱାରର ପାର୍ଶ୍ୱରେ ବାହାରେ ଓ ଉତ୍ତର ଦ୍ୱାର ଉପରକୁ ଯିବାର ପ୍ରବେଶ ସ୍ଥାନ ନିକଟରେ ଏପାଖରେ ଦୁଇ ମେଜ ଥିଲା ଓ ଦ୍ୱାର ବାରଣ୍ଡାର ସେପାଖରେ ଦୁଇ ମେଜ ଥିଲା; |
|
| 41 |
|
| ଦ୍ୱାର ପାର୍ଶ୍ୱର ଏପାଖରେ ଚାରି ମେଜ, ସେପାଖରେ ଚାରି ମେଜ ଥିଲା; ଏହିରୂପେ ଆଠ ମେଜ ଥିଲା, ତହିଁ ଉପରେ ବଳି ବଧ କରାଗଲା। |
|
| 42 |
|
| ଆଉ, ହୋମବଳି ନିମନ୍ତେ କଟା ପ୍ରସ୍ତରର ଚାରି ମେଜ ଥିଲା, ତହିଁର ଦୀର୍ଘତା ଦେଢ଼ ହାତ ଓ ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚ ଏକ ହାତ; ତହିଁ ଉପରେ ହୋମ ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବାର ଅସ୍ତ୍ର ରଖାଗଲା। |
|
| 43 |
|
| ପୁଣି, ଚାରି ଅଙ୍ଗୁଳି ଦୀର୍ଘ ଆଙ୍କୁଡ଼ିମାନ ଭିତର ଚାରିଆଡ଼େ ଲଗା ହୋଇଥିଲା; ଆଉ, ମେଜମାନର ଉପରେ ଉପହାରାର୍ଥକ ମାଂସ ରଖାଗଲା। |
|
| 44 |
|
| ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ-ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ପ୍ରତି ଥିଲା। |
|
| 45 |
|
| ପୁଣି, ସେ ମୋତେ କହିଲେ, “ଏହି ଦକ୍ଷିଣାଭିମୁଖ କୋଠରିଗୃହର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି। |
|
| 46 |
|
| ଆଉ, ଯେଉଁ କୋଠରିର ମୁଖ ଉତ୍ତର ଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।” |
|
| 47 |
|
| ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକ ଶହ ହାତ ଦୀର୍ଘ, ଏକ ଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା। |
|
| 48 |
|
| ତେବେ ସେ ମୋତେ ଗୃହର ବାରଣ୍ଡାକୁ ଆଣି ବାରଣ୍ଡାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ୱାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା। |
|
| 49 |
|
| ବାରଣ୍ଡାର ଦୀର୍ଘ କୋଡ଼ିଏ ହାତ; ତହିଁର ପ୍ରସ୍ଥ ଏଗାର ହାତ ଓ ପାବଚ୍ଛ ଦେଇ ଲୋକମାନେ ଉପରକୁ ଗଲେ, ଆଉ ଉପସ୍ତମ୍ଭମାନଙ୍କ ନିକଟରେ ଏପାଖେ ଏକ ଓ ସେପାଖେ ଏକ ସ୍ତମ୍ଭ ଥିଲା। |
|
|
|
|