|
| 1 |
|
| ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା। |
|
| 2 |
|
| ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା। |
|
| 3 |
|
| ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା। |
|
| 4 |
|
| ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା। |
|
| 5 |
|
| ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା। |
|
| 6 |
|
| ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ। |
|
| 7 |
|
| ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା। |
|
| 8 |
|
| ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ। |
|
| 9 |
|
| ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ। |
|
| 10 |
|
| ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ। |
|
| 11 |
|
| ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେହି ସବୁ ଲବଣ ପାଇଁ ସମର୍ପିତ ହେବ। |
|
| 12 |
|
| ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।” |
|
| 13 |
|
| ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ। |
|
| 14 |
|
| ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ। |
|
| 15 |
|
| ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦ୍ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ; |
|
| 16 |
|
| ହମାତ୍, ବରୋଥା, ଦମ୍ମେଶକର ଓ ହମାତ୍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍ତ୍ସରହତ୍ତୀକୋନ୍। |
|
| 17 |
|
| ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍ସର-ଐନନ୍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍ର ସୀମା। ଏହା ଉତ୍ତର ସୀମା। |
|
| 18 |
|
| ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା। |
|
| 19 |
|
| ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା। |
|
| 20 |
|
| ପୁଣି, ଦକ୍ଷିଣ ସୀମାଠାରୁ ହମାତ୍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ। ଏହା ପଶ୍ଚିମ ସୀମା। |
|
| 21 |
|
| ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ। |
|
| 22 |
|
| ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ। |
|
| 23 |
|
| ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେହି ସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। |
|
|
|
|