ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ: ହମାତ୍ର ପ୍ରବେଶ ସ୍ଥାନକୁ ଯିବାର ହିତ୍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍ସର-ଐନନ୍, ହମାତ୍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ। |
| 2 |
| ଆଉ, ଦାନ୍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଆଶେର, ଏକ ଅଂଶ। |
| 3 |
| ପୁଣି, ଆଶେରର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ନପ୍ତାଲି, ଏକ ଅଂଶ |
| 4 |
| ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ। |
| 5 |
| ଆଉ, ମନଃଶିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଫ୍ରୟିମ, ଏକ ଅଂଶ। |
| 6 |
| ଇଫ୍ରୟିମର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ରୁବେନ୍, ଏକ ଅଂଶ। |
| 7 |
| ଆଉ, ରୁବେନ୍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଯିହୁଦା, ଏକ ଅଂଶ। |
| 8 |
| ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ଦଣ୍ଡ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ। |
| 9 |
| ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ। |
| 10 |
| ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ। |
| 11 |
| ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ। |
| 12 |
| ଲେବୀୟମାନଙ୍କ ସୀମା ନିକଟସ୍ଥ ଦେଶର ଉପହାର ଭୂମିରୁ ସେମାନେ ଉପହାର ଭୂମି ପାଇବେ, ତାହା ମହାପବିତ୍ର ହେବ। |
| 13 |
| ଆଉ, ଯାଜକମାନଙ୍କର ସୀମାନୁସାରେ, ଲେବୀୟମାନେ ପଚିଶ ହଜାର ନଳ ଦୀର୍ଘ ଓ ଦଶ ହଜାର ନଳ ପ୍ରସ୍ଥ ଭୂମି ପାଇବେ; ସମୁଦାୟ ଭୂମିର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ। |
| 14 |
| ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। |
| 15 |
| ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ। |
| 16 |
| ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚ ଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚ ଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚ ଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚ ଶହ ନଳ ହେବ। |
| 17 |
| ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇ ଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇ ଶହ ପଚାଶ, ପୂର୍ବ ଆଡ଼େ ଦୁଇ ଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇ ଶହ ପଚାଶ ନଳ ଭୂମି ରହିବ। |
| 18 |
| ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ପ୍ରତି ଦଶ ହଜାର; ପଶ୍ଚିମ ପ୍ରତି ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ। |
| 19 |
| ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ। |
| 20 |
| ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ। |
| 21 |
| ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ। |
| 22 |
| ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନ୍ର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ। |
| 23 |
| ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ: ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍ର ଏକ ଅଂଶ। |
| 24 |
| ବିନ୍ୟାମୀନ୍ର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଶିମୀୟୋନର ଏକ ଅଂଶ |
| 25 |
| ପୁଣି, ଶିମୀୟୋନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଷାଖରର ଏକ ଅଂଶ। |
| 26 |
| ଆଉ, ଇଷାଖରର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ସବୂଲୂନର ଏକ ଅଂଶ। |
| 27 |
| ସବୂଲୂନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଗାଦ୍ର ଏକ ଅଂଶ। |
| 28 |
| ପୁଣି, ଗାଦ୍ର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ। |
| 29 |
| ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। |
| 30 |
| ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ପରିମିତ ଭୂମି |
| 31 |
| ଓ ନଗରର ଦ୍ୱାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ୱାର ହେବ; ଅର୍ଥାତ୍, ରୁବେନ୍ର ଏକ ଦ୍ୱାର; ଯିହୁଦାର ଏକ ଦ୍ୱାର; ଲେବୀର ଏକ ଦ୍ୱାର; |
| 32 |
| ପୁଣି, ପୂର୍ବ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଅର୍ଥାତ୍, ଯୋଷେଫର ଏକ ଦ୍ୱାର, ବିନ୍ୟାମୀନ୍ର ଏକ ଦ୍ୱାର, ଦାନ୍ର ଏକ ଦ୍ୱାର; |
| 33 |
| ଆଉ, ଦକ୍ଷିଣ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ପରିମିତ ଭୂମି ଓ ତିନି ଦ୍ୱାର ହେବ; ଶିମୀୟୋନର ଏକ ଦ୍ୱାର; ଇଷାଖରର ଏକ ଦ୍ୱାର; ସବୂଲୂନର ଏକ ଦ୍ୱାର; |
| 34 |
| ପଶ୍ଚିମ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଗାଦ୍ର ଏକ ଦ୍ୱାର; ଆଶେରର ଏକ ଦ୍ୱାର; ନପ୍ତାଲିର ଏକ ଦ୍ୱାର ହେବ। |
| 35 |
| ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନ,’ ସେହି ଦିନଠାରୁ ନଗରର ଏହି ନାମ ହେବ।” |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/ezekiel/048.mp3
48
48