|
| 1 |
|
| ପାରସ୍ୟର ରାଜା କୋରସର ଅଧିକାରର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା । |
|
| 2 |
|
| ସେହି ସମୟରେ ମୁଁ ଦାନିୟେଲ ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି । |
|
| 3 |
|
| ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ଵାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ । |
|
| 4 |
|
| ପୁଣି, ପ୍ରଥମ ମାସର ଚତୁର୍ବିଂଶ ଦିନରେ ମୁଁ ହିଦ୍ଦେକଲ ନାମକ ମହାନଦୀ ତୀରରେ ଥିବା ବେଳେ, |
|
| 5 |
|
| ମୁଁ ଚକ୍ଷୁ ମେଲି ଦୃଷ୍ଟି କଲି, ଆଉ ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟୀ ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା; |
|
| 6 |
|
| ମଧ୍ୟ ତାଙ୍କ ଶରୀର ବୈଦୂର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ଵଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକାରଣ୍ୟର ରବ ତୁଲ୍ୟ । |
|
| 7 |
|
| ପୁଣି, ମୁଁ ଦାନିୟେଲ ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣାମାନଙ୍କୁ ଲୁଚାଇବା ପାଇଁ ପଳାଇଲେ । |
|
| 8 |
|
| ତହିଁରେ ମୁଁ ଏକାକୀ ରହି ଏହି ମହାଦର୍ଶନ ଦେଖିଲି ଓ ମୋʼଠାରେ କିଛି ବଳ ରହିଲା ନାହିଁ; କାରଣ ମୋର ତେଜ କ୍ଷୟରେ ପରିଣତ ହେଲା ଓ ମୁଁ କିଛି ବଳ ରଖି ପାରିଲି ନାହିଁ । |
|
| 9 |
|
| ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି । |
|
| 10 |
|
| ଏଥିରେ ଦେଖ, ଏକ ହସ୍ତ ସ୍ପର୍ଶ କରି ମୋତେ ଆଣ୍ଠୁ ଓ ହସ୍ତ ପାପୁଲିରେ ନିର୍ଭର କରାଇଲା । |
|
| 11 |
|
| ପୁଣି, ସେ ମୋତେ କହିଲେ, ହେ ଅତ୍ୟ; ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସଳଖ ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି । |
|
| 12 |
|
| ଏଥିରେ ସେ ମୋତେ କହିଲେ, ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ଵରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ । |
|
| 13 |
|
| ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେସ୍ଥାନରେ ପାରସ୍ୟର ରାଜଗଣର ସଙ୍ଗରେ ରହିଲୁ । |
|
| 14 |
|
| ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି । |
|
| 15 |
|
| ସେ ମୋତେ ଏରୂପ କଥା କହିଲା ଉତ୍ତାରେ ମୁଁ ଭୂମି ଆଡ଼େ ମୁଖ କରି ଅବାକ୍ ହେଲି । |
|
| 16 |
|
| ଏଥିରେ ଦେଖ, ମନୁଷ୍ୟ ସନ୍ତାନଗଣର ଆକୃତିବିଶିଷ୍ଟ ଏକ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ; ତହୁଁ ମୁଁ ଆପଣା ମୁଖ ଫିଟାଇ ମୋʼ ସମ୍ମୁଖରେ ଠିଆ ହେବା ବ୍ୟକ୍ତିଙ୍କୁ କହିଲି, ହେ ମୋର ପ୍ରଭୁ, ଏହି ଦର୍ଶନ ସକାଶୁ ମୋର ବେଦନା ମୋତେ ଆକ୍ରା; କରିଅଛି ଓ ମୁଁ କିଛିମାତ୍ର ବଳ ରକ୍ଷା କରି ପାରୁ ନାହିଁ । |
|
| 17 |
|
| କାରଣ ମୋର ଏହି ପ୍ରଭୁଙ୍କର ଦାସ କିପ୍ରକାରେ ଏହି ମୋʼ ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରି ପାରେ? ସେହିକ୍ଷଣେ ମୋʼଠାରେ କିଛି ବଳ ଅବା ମୋʼ ମଧ୍ୟରେ ଶ୍ଵାସ ରହିଲା ନାହିଁ । |
|
| 18 |
|
| ସେତେବେଳେ ମନୁଷ୍ୟର ଆକୃତିବିଶିଷ୍ଟ ଜଣେ ଲୋକ ପୁନର୍ବାର ମୋତେ ସ୍ପର୍ଶ କରି ସବଳ କଲେ । |
|
| 19 |
|
| ପୁଣି, ସେ କହିଲେ, ହେ ଅତ୍ୟ; ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ । ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, ମୋର ପ୍ରଭୁ କହୁନ୍ତୁ; କାରଣ ତୁମ୍ଭେ ମୋତେ ସବଳ କରିଅଛ । |
|
| 20 |
|
| ତହିଁରେ ସେ କହିଲେ, ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍ର ଅଧିପତି ଆସିବ । |
|
| 21 |
|
| ମାତ୍ର ସତ୍ୟ-ଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ପ୍ରତିକୂଳରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ଛଡ଼ା ଆଉ କେହି ନାହିଁ । |
|
|
|
|