|
| 1 |
|
| ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା। |
|
| 2 |
|
| ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା। |
|
| 3 |
|
| ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ। |
|
| 4 |
|
| ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ। |
|
| 5 |
|
| ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା। |
|
| 6 |
|
| ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା। |
|
| 7 |
|
| ରାଜା ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।” |
|
| 8 |
|
| ତହିଁରେ ରାଜାର ସମସ୍ତ ବିଦ୍ୱାନ୍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ। |
|
| 9 |
|
| ତେଣୁ ରାଜା ବେଲ୍ଶତ୍ସର ଅତିଶୟ ଉଦ୍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ। |
|
| 10 |
|
| ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, “ହେ ରାଜନ୍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ। |
|
| 11 |
|
| ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ; |
|
| 12 |
|
| କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।” |
|
| 13 |
|
| ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ? |
|
| 14 |
|
| ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ। |
|
| 15 |
|
| ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ। |
|
| 16 |
|
| ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରିପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।” |
|
| 17 |
|
| ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, “ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି। |
|
| 18 |
|
| ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ; |
|
| 19 |
|
| ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ। |
|
| 20 |
|
| ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା, |
|
| 21 |
|
| ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି। |
|
| 22 |
|
| ଆଉ ହେ ବେଲ୍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି; |
|
| 23 |
|
| ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି। |
|
| 24 |
|
| ଏହି ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା। |
|
| 25 |
|
| ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ। |
|
| 26 |
|
| ଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି। |
|
| 27 |
|
| ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି। |
|
| 28 |
|
| ପୀରସ୍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।” |
|
| 29 |
|
| ସେତେବେଳେ ବେଲ୍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ। |
|
| 30 |
|
| ସେହି ରାତ୍ରିରେ କଲ୍ଦୀୟମାନଙ୍କର ରାଜା ବେଲ୍ଶତ୍ସର ବଧ କରାଗଲା। |
|
| 31 |
|
| ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା। |
|
|
|
|