ପବିତ୍ର ବାଇବଲ (OROV) 2014
|
| 1 |
| ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ । |
| 2 |
| ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ ହରଣ କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା । |
| 3 |
| ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ଵାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ । |
| 4 |
| ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ଵଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି । |
| 5 |
| ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ ଶୋଶନ୍ ପୁଷ୍ପ ତୁଲ୍ୟ ଫୁଟିବ ଓ ଲିବାନୋନ୍ର ତୁଲ୍ୟ ମୂଳ ବାନ୍ଧିବ । |
| 6 |
| ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ୍ ପରି ହେବ । |
| 7 |
| ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନ୍ର ଦ୍ରାକ୍ଷାରସ ତୁଲ୍ୟ ହେବ । |
| 8 |
| ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ । |
| 9 |
| ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ । ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/hosea/014.mp3
14
14