ପବିତ୍ର ବାଇବଲ (OROV) 2014
|
| 1 |
| ଅନନ୍ତର ସଦାପ୍ରଭୁ ଆମ୍ଭକୁ କହିଲେ, ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେଣହେଁ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ହେଁ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର । |
| 2 |
| ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା ଓ ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି; |
| 3 |
| ଆଉ, ମୁଁ ତାହାକୁ କହିଲି, ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ତଦ୍ରୂପ ବ୍ୟବହାର କରିବି । |
| 4 |
| କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ; |
| 5 |
| ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/hosea/003.mp3
14
3