ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ। |
| 2 |
| ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ। |
| 3 |
| ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।” |
| 4 |
| ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ। |
| 5 |
| ଏଥିପାଇଁ ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ। |
| 6 |
| କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ। |
| 7 |
| ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି। |
| 8 |
| ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି। |
| 9 |
| ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି। |
| 10 |
| ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି। |
| 11 |
| ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/hosea/006.mp3
14
6