|
| 1 |
|
| କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, |
|
| 2 |
|
| ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି । |
|
| 3 |
|
| ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତିଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି । |
|
| 4 |
|
| ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ଵରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା । |
|
| 5 |
|
| କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ; |
|
| 6 |
|
| ଆହୁରି, ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ । |
|
| 7 |
|
| ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା; |
|
| 8 |
|
| ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣକୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂରଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି । |
|
| 9 |
|
| ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ । |
|
| 10 |
|
| ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ଼୍ଗ ଗଢ଼ାଅ ଓ ଆପଣା ଆପଣା ଦା ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ । |
|
| 11 |
|
| ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ । |
|
| 12 |
|
| ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା । |
|
| 13 |
|
| ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛିହ, କୁଣ୍ତସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼ । |
|
| 14 |
|
| ଦଣ୍ତାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟଣ! କାରଣ ଦଣ୍ତାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି । |
|
| 15 |
|
| ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି । |
|
| 16 |
|
| ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ତଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟସ୍ଵରୂପ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗସ୍ଵରୂପ ହେବେ । |
|
| 17 |
|
| ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ । |
|
| 18 |
|
| ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ କ୍ଷରଣ କରିବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ । |
|
| 19 |
|
| ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ଵଂସସ୍ଥାନ ହେବ ଓ ଇଦୋମ ଧ୍ଵଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି । |
|
| 20 |
|
| ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ । |
|
| 21 |
|
| ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତ ପରିଷ୍କାର କରି ନାହୁଁ, ତାହା ପରିଷ୍କାର କରିବା; କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି । |
|
|
|
|