|
| 1 |
|
| ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, |
|
| 2 |
|
| ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପୃଥିବୀସ୍ଥିତ ପଶୁଗଣ ମଧ୍ୟରେ ଏହି ସମସ୍ତ ଜୀବ ଭୋଜନ କରିବ । |
|
| 3 |
|
| ପଶୁଗଣ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ । |
|
| 4 |
|
| ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରଇ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି । |
|
| 5 |
|
| ପୁଣି ଶାଫନ୍ ପଶୁ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି । |
|
| 6 |
|
| ଆଉ, ଠେକୁଆ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି । |
|
| 7 |
|
| ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି । |
|
| 8 |
|
| ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି । |
|
| 9 |
|
| ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ । |
|
| 10 |
|
| ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି, |
|
| 11 |
|
| ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ହେବେ; ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ, ପୁଣି ସେମାନଙ୍କ ଶବକୁ ଘୃଣା କରିବ । |
|
| 12 |
|
| ଜଳଜନ୍ତୁ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେ ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ । |
|
| 13 |
|
| ଆଉ, ପକ୍ଷୀଗଣ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋ ଓ ହାଡ଼ଭଙ୍ଗା ଓ ବହୀରି, |
|
| 14 |
|
| ପୁଣି, ବାଜ ଓ ଆପଣା ଆପଣା ଜାତି ଅନୁସାରେ ଚିଲ, |
|
| 15 |
|
| ପୁଣି, ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ, |
|
| 16 |
|
| ଉଷ୍ଟ୍ର ପକ୍ଷୀ ଓ ତାମସ ପକ୍ଷୀ ଓ ସମୁଦ୍ର ଚିଲ, ଆପଣା ଆପଣା ଜାତି ଅନୁସାରେ ଛଞ୍ଚାଣ, |
|
| 17 |
|
| ପୁଣି, କୋଷପକ୍ଷୀ ଓ ପାଣିକୁଆ ଓ ବଗ, |
|
| 18 |
|
| ଦୀର୍ଘଗଳ ହଂସ ଓ ପାଣିଭେଳା ଓ ସାଗୁଣା; |
|
| 19 |
|
| ପୁଣି ଚରଳ, ଆପଣା ଆପଣା ଜାତି ଅନୁସାରେ କଙ୍କ ଓ ଟିଟ୍ଟିଭ ଓ ଚାମଚିକା । |
|
| 20 |
|
| ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ । |
|
| 21 |
|
| ତଥାପି ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁ ମଧ୍ୟରେ ଭୂମିରେ ଡେଇଁବା ପାଇଁ ଯେଉଁମାନଙ୍କର ଗୋଡ଼ନଳୀ ଦୀର୍ଘ, ସେମାନେ ତୁମ୍ଭମାନଙ୍କର ଖାଦ୍ୟ ହେବେ । |
|
| 22 |
|
| ଅର୍ଥାତ୍, ଆପଣା ଆପଣା ଜାତି ଅନୁସାରେ ପଙ୍ଗପାଳ ଓ ଆପଣା ଆପଣା ଜାତି ଅନୁସାରେ ବାଘୁଆଫଡ଼ିଙ୍ଗ ଓ ଆପଣା ଆପଣା ଜାତି ଅନୁସାରେ ଝିଙ୍କାରୀ ଓ ଆପଣା ଆପଣା ଜାତି ଅନୁସାରେ ଝିଣ୍ଟିକା, ଏହି ସକଳ ତୁମ୍ଭମାନଙ୍କର ଖାଦ୍ୟ ହେବେ । |
|
| 23 |
|
| ମାତ୍ର ଏହା ଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ । |
|
| 24 |
|
| ଆଉ, ଏମାନଙ୍କ ଦ୍ଵାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ । |
|
| 25 |
|
| ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ । |
|
| 26 |
|
| ଯେସବୁ ଜନ୍ତୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଏଁ, ସେ ଅଶୁଚି ହେବ । |
|
| 27 |
|
| ପୁଣି ଚାରିଗୋଡ଼ିଆ ବନଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଅଁଇ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ । |
|
| 28 |
|
| ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି । |
|
| 29 |
|
| ଆଉ, ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସବୁ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ଖୋଲେଦ ଓ ମୂଷା; ପୁଣି, ଆପଣା ଆପଣା ଜାତି ଅନୁସାରେ ବଡ଼ ଏଣ୍ତୁଅ; |
|
| 30 |
|
| ଆଉ, ଝିଟିପିଟି ଓ ସ୍ଥଳ-କୁମ୍ଭୀର ଓ ଏଣ୍ତୁଅ ଓ ବାଲିଏଣ୍ତୁଅ ଓ ବହୁରୂପା । |
|
| 31 |
|
| ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ । |
|
| 32 |
|
| ସେମାନଙ୍କ ମଧ୍ୟରୁ କୌଣସି ମଡ଼ା କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର କି ବସ୍ତ୍ର କି ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ । |
|
| 33 |
|
| ପୁଣି, କୌଣସି ମାଟି ପାତ୍ର ମଧ୍ୟରେ ସେମାନଙ୍କର ଶବ ପଡ଼ିଲେ, ତହିଁ ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟ ଅଶୁଚି ହେବ ଓ ତୁମ୍ଭେମାନେ ତାହା ଭାଙ୍ଗି ପକାଇବ । |
|
| 34 |
|
| ପୁଣି, ଯେଉଁ ସବୁ ଖାଦ୍ୟଦ୍ରବ୍ୟ ଉପରେ ଜଳ ଥାଏ, ତାହା ଅଶୁଚି ହେବ; ପୁଣି, ସର୍ବପ୍ରକାର ପାତ୍ରରେ ସର୍ବପ୍ରକାର ପେୟଦ୍ରବ୍ୟ ଅଶୁଚି ହେବ । |
|
| 35 |
|
| ପୁଣି ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ହାଣ୍ତିଟାଙ୍ଗରା ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ । |
|
| 36 |
|
| ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଏଁ, ସେ ଅଶୁଚି ହେବ । |
|
| 37 |
|
| ପୁଣି, ଯେଉଁ ବିହନ ବୁଣା ଯିବାକୁ ଅଛି, ତହିଁ ଉପରେ ଯେବେ ସେମାନଙ୍କ ଶବର କିଛି ପଡ଼େ, ତେବେ ତାହା ଶୁଚି ରହିବ । |
|
| 38 |
|
| ମାତ୍ର ବିହନ ଉପରେ ଜଳ ଥିଲେ, ଯେବେ ସେମାନଙ୍କ ଶବର କିଛି ତହିଁ ଉପରେ ପଡ଼େ, ତେବେ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ । |
|
| 39 |
|
| ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ । |
|
| 40 |
|
| ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ । |
|
| 41 |
|
| ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ । |
|
| 42 |
|
| ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ । |
|
| 43 |
|
| ତୁମ୍ଭେମାନେ ଏହି ସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ଵାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ । |
|
| 44 |
|
| କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ଆମ୍ଭେ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ । |
|
| 45 |
|
| କାରଣ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ଆମ୍ଭେ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ପବିତ୍ର ଅଟୁ । |
|
| 46 |
|
| ଶୁଚି ଓ ଅଶୁଚି ଏବଂ ଖାଦ୍ୟ ଓ ଅଖାଦ୍ୟ ପ୍ରାଣୀମାନଙ୍କ ପ୍ରଭେଦ ଜଣାଇବା ପାଇଁ, |
|
| 47 |
|
| ପଶୁ, ପକ୍ଷୀ, ଜଳଚର ଜୀବ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା । |
|
|
|
|