ପବିତ୍ର ବାଇବଲ (OROV) 2014
|
| 1 |
| ହେ ଇସ୍ରାଏଲବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ । |
| 2 |
| ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; ସେ ଆପଣା ଭୁମିରେ ପକା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ । |
| 3 |
| କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ନଗରରୁ ସହସ୍ର ହୋଇ ବାହାରିଲେ,ତହିଁରେ ଇସ୍ରାଏଲ ବଂଶର ଏକଶହ ଅବଶିଷ୍ଟ ରହିବେ, ଆଉ ଯେଉଁ ସ୍ଥାନରୁ ଏକଶହ ବାହାରିଲେ, ତହିଁରେ ଦଶ ଅବଶିଷ୍ଟ ରହବେ । |
| 4 |
| କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; |
| 5 |
| ମାତ୍ର ବୈଥେଲ୍ର ଅନ୍ଵେଷଣ କର ନାହିଁ, କିଅବା ଗିଲ୍ଗଲ୍ରେ ପ୍ରବେଶ କର ନାହିଁ ଓ ବେର୍ଶେବାକୁ ଯାଅ ନାହିଁ; କାରଣ ଗିଲ୍ଗଲ୍ ନିଶ୍ଚୟ ନିର୍ବାସିତ ହେବ ଓ ବୈଥେଲ୍ ଅକିଞ୍ଚିତ୍ ହେବ । |
| 6 |
| ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ-ବଂଶରେ ଅଗ୍ନି ପରି ଜ୍ଵଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ନିଭାଇବା ପାଇଁ ବୈଥେଲ୍ରେ କେହି ନ ଥିବ; |
| 7 |
| ହେ ବିଚାରକୁ ନାଗଦଅଣାରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍କାରୀମାନେ; |
| 8 |
| ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ଵାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର, ସଦାପ୍ରଭୁ ତାହାଙ୍କର ନାମ; |
| 9 |
| ସେ ବଳବାନର ଉପରେ ହଠାତ୍ ସର୍ବନାଶ ଉପସ୍ଥିତ କରାନ୍ତି, ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ । |
| 10 |
| ଯେ ନଗର-ଦ୍ଵାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି । |
| 11 |
| ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପାଷାଣର ଗୃହ ନିର୍ମାଣ କରିଅଛ ପ୍ରମାଣ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ; |
| 12 |
| କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; ତୁମ୍ଭେମାନେ ଧାର୍ମିକକୁ କ୍ଳେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର-ଦ୍ଵାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ । |
| 13 |
| ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ । |
| 14 |
| ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ। |
| 15 |
| ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର-ଦ୍ଵାରରେ ନ୍ୟାୟ ବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ। |
| 16 |
| ଏହେତୁ ପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର ସଦାପ୍ରଭୁ ଏହି କଥା କହନ୍ତି; ଛକ-ସ୍ଥାନସକଳରେ ହାହାକାର ଶଦ୍ଦ ହେବ ଓ ରାଜଦାଣ୍ତସକଳରେ ଲୋକମାନେ ହାୟ! ହାୟ! କହିବେ; ଆଉ, ସେମାନେ କୃଷକକୁ ଶୋକ କରିବାକୁ ଓ ବିଳାପ ନିପୁଣ ଲୋକମାନଙ୍କୁ ହାହାକାର କରିବାକୁ ଡାକିବେ । |
| 17 |
| ପୁଣି, ଦ୍ରାକ୍ଷାକ୍ଷେତ୍ରସକଳରେ ହାହାକାର ଶଦ୍ଦ ହେବ; କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା, ଏହା ସଦାପ୍ରଭୁ କହନ୍ତି । |
| 18 |
| ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀ-ମାନେ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ । |
| 19 |
| କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେ ଦିନ ତତ୍ତୁଲ୍ୟ) ଯିରି. ୪୮:୪୪ |
| 20 |
| ସଦାପ୍ରଭୁଙ୍କର ଦିନ ଦୀପ୍ତିମୟ ନ ହୋଇ କି ଅନ୍ଧକାରମୟ ନୋହିବ? ତହିଁରେ କିଛି ଆଲୁଅ ନ ଥାଇ କି ଘୋର ଅନ୍ଧକାରମୟ ନୋହିବ? |
| 21 |
| ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛ ଜ୍ଞାନ କରୁ, ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ନୋହିବା। |
| 22 |
| ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଉତ୍ସର୍ଗ କଲେ ହେଁ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ । |
| 23 |
| ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର ଗୋଳ ଦୂର କର; କାରଣ ଆମ୍ଭେ ତୁମ୍ଭମାନଙ୍କ ନେବଲ ଯନ୍ତ୍ରର ବାଦ୍ୟ ଶୁଣିବା ନାହିଁ । |
| 24 |
| ମାତ୍ର ନ୍ୟାୟ ବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ । |
| 25 |
| ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ? |
| 26 |
| ହଁ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯାହା ନିର୍ମାଣ କର, ଏପରି ରାଜା ସିକୂତକୁ ଓ କୀୟନ ନାମକ ତୁମ୍ଭମାନଙ୍କର ପ୍ରତିମାଗଣକୁ, ତୁମ୍ଭମାନଙ୍କର ଦେବର ତାରାକୁ ବହିଅଛ । |
| 27 |
| ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦାମାସ୍କସ୍ର ସେପାରିକି ଗମନ କରାଇବା, ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ଵର ତାହାଙ୍କର ନାମ। |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/amos/005.mp3
9
5