ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପଶ୍ଚାତ୍ ଉତ୍ପନ୍ନ ତୃଣ ଅଙ୍କୁରିବାର ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ପଶ୍ଚାତର ତୃଣ ବଢ଼ୁଥିଲା । |
| 2 |
| ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିରୂପେ ଠିଆ ହେବ? କାରଣ ସେ ସାନ । |
| 3 |
| ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; ଏହା ହେବ ନାହିଁ, ଏହା ସଦାପ୍ରଭୁ କହନ୍ତି । |
| 4 |
| ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ଵାରା ବିବାଦ କରିବା ପାଇଁ ଆହ୍ଵାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା । |
| 5 |
| ଏପରି ସମୟରେ ମୁଁ କହିଲି, ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷା; ହୁଅ; ଯାକୁବ କିରୂପେ ଠିଆ ହେବ? କାରଣ ସେ ସାନ । |
| 6 |
| ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; ତାହା ମଧ୍ୟ ହେବ ନାହିଁ, ପ୍ରଭୁ ସଦାପ୍ରଭୁ ଏହା କହନ୍ତି । |
| 7 |
| ସେ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ଆପଣା ହସ୍ତରେ ଓଳମ ଘେନି ଓଳମ ଦ୍ଵାରା ନିର୍ମିତ ଏକ କାନ୍ଥ ନିକଟରେ ଠିଆ ହେଲେ । |
| 8 |
| ପୁଣି, ସଦାପ୍ରଭୁ ମୋତେ ପଚାରିଲେ, ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଗୋଟିଏ ଓଳମ । ତେବେ ପ୍ରଭୁ କହିଲେ, ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲର ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ; |
| 9 |
| ପୁଣି, ଇସ୍ହାକର ଉଚ୍ଚସ୍ଥଳୀସକଳ ଧ୍ଵଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ଉତ୍ସନ୍ନ ହେବ; ଆଉ ଆମ୍ଭେ ଖଡ଼୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା । |
| 10 |
| ଯେତେବେଳେ ବୈଥେଲ୍ର ଯାଜକ ଅମତ୍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, ଇସ୍ରାଏଲ-ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରା; କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ । |
| 11 |
| କାରଣ ଆମୋଷ ଏରୂପ କହୁଅଛନ୍ତି, ଯାରବୀୟାମ ଖଡ଼୍ଗରେ ହତ ହେବ ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ । |
| 12 |
| ଆହୁରି, ଅମତ୍ସୀୟ ଆମୋଷଙ୍କୁ କହିଲା, ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର; |
| 13 |
| ମାତ୍ର ବୈଥେଲ୍ରେ ପୁନର୍ବାର ଆଉ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ କାରଣ ତାହା ରାଜାଙ୍କର ଧର୍ମଧାମ ଓ ତାହା ରାଜକୀୟ ଗୃହ ଅଟେ । |
| 14 |
| ତହିଁରେ ଆମୋଷ ଉତ୍ତର କରି ଅମତ୍ସୀୟକୁ କହିଲେ, ମୁଁ ଭବିଷ୍ୟଦ୍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍ବକ୍ତାର ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମିରି ବୃକ୍ଷର କୃଷକ ଥିଲିନ୍ତ |
| 15 |
| ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର । |
| 16 |
| ଏହେତୁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍ହାକ-ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ: ଣ ଯିହି. ୨୧:୨ |
| 17 |
| ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ର କନ୍ୟାଗଣ ଖଡ଼୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ରଜ୍ଜୁ ଦ୍ଵାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ । |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/amos/007.mp3
9
7