ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଭୁ ସଦାପ୍ରଭୁ ମୋତେ ଏହିପରି ଦେଖାଇଲେ; ଦେଖ, ଏକ ଡାଲା ଗ୍ରୀଷ୍ମକାଳୀନ ଫଳ । |
| 2 |
| ପୁଣି, ସେ କହିଲେ, ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଗ୍ରୀଷ୍ମକାଳୀନ ଏକ ଡାଲା ଫଳ । ତେବେ ସଦାପ୍ରଭୁ ମୋତେ କହିଲେ, ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ । |
| 3 |
| ପୁଣି, ସେଦିନ ମନ୍ଦିରର ଗାନସକଳ ହାହାକାର ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ । |
| 4 |
| ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ । |
| 5 |
| ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ-ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ? |
| 6 |
| ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଜ୍ୟ ଗହମ ବିକ୍ରୟ କରିବୁ । |
| 7 |
| ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ । |
| 8 |
| ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ । |
| 9 |
| ପ୍ରଭୁ ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା । |
| 10 |
| ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟୀଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେ ଶୋକକୁ ଅଦ୍ଵିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା । |
| 11 |
| ପ୍ରଭୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ । |
| 12 |
| ଲୋକମାନେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବ ଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ । |
| 13 |
| ସେଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ । |
| 14 |
| ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ହେ ଦାନ, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ ଓ ବେର୍ଶେବାର ପଥ ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ । |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/amos/008.mp3
9
8