ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ସେତେବେଳେ ଯୂନସ ସେହି ମତ୍ସ୍ୟ ଉଦରରେ ଥାଇ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ। |
| 2 |
| ଆଉ, ସେ କହିଲେ, “ମୁଁ ଆପଣା ଦୁଃଖ ସକାଶୁ ସଦାପ୍ରଭୁଙ୍କୁ ଡାକିଲି, ତହିଁରେ ସେ ମୋତେ ଉତ୍ତର ଦେଲେ, ମୁଁ ପାତାଳର ଉଦରରୁ ପ୍ରାର୍ଥନା କଲି, ତୁମ୍ଭେ ମୋର ରବ ଶୁଣିଲ। |
| 3 |
| କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା। |
| 4 |
| ଆଉ, ମୁଁ କହିଲି, ମୁଁ ତୁମ୍ଭ ଦୃଷ୍ଟିଗୋଚରରୁ ଦୂରୀକୃତ ହୋଇଅଛି; ତଥାପି ମୁଁ ପୁନର୍ବାର ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ଦୃଷ୍ଟିପାତ କରିବି। |
| 5 |
| ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା। |
| 6 |
| ମୁଁ ପର୍ବତଗଣର ମୂଳ ପର୍ଯ୍ୟନ୍ତ ତଳକୁ ଗଲି; ମୋʼ ପଶ୍ଚାତ୍ ପୃଥିବୀ ଆପଣାର ଅର୍ଗଳସକଳ ଚିରକାଳ ନିମନ୍ତେ ରୁଦ୍ଧ କଲା; ତଥାପି ହେ ସଦାପ୍ରଭୁ, ମୋʼ ପରମେଶ୍ୱର, ତୁମ୍ଭେ ଗର୍ତ୍ତରୁ ମୋʼ ପ୍ରାଣକୁ ବାହାର କରି ଆଣିଲ। |
| 7 |
| ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା। |
| 8 |
| ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି। |
| 9 |
| ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।” |
| 10 |
| ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/jonah/002.mp3
4
2