ପବିତ୍ର ବାଇବଲ (OROV) 2014
|
| 1 |
| ଅନନ୍ତର ଦ୍ଵିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା; |
| 2 |
| ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର । |
| 3 |
| ତହିଁରେ ଯୁନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ । ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା । |
| 4 |
| ପୁଣି, ଯୁନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ଵରରେ ଘୋଷଣା କରି କହିଲେ, ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ଉତ୍ପାଟିତ ହେବ । |
| 5 |
| ତହିଁରେ ନୀନିବୀର ଲୋକମାନେ ପରମେଶ୍ଵରଙ୍କ-ଠାରେ ବିଶ୍ଵାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ । |
| 6 |
| ଅନନ୍ତର ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ଭସ୍ମରେ ବସିଲା । |
| 7 |
| ପୁଣି, ରାଜାର ଓ ଅଧ୍ୟକ୍ଷଗଣର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ଵାଦନ ନ କରୁ; ସେମାନେ ଭୋଜନ କି ଜଳ-ପାନ ନ କରନ୍ତୁ; |
| 8 |
| ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ଵରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ । |
| 9 |
| କେଜାଣି ପରମେଶ୍ଵର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ତ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ନୋହିବା । |
| 10 |
| ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ଵର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ଵର ତଦ୍ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/jonah/003.mp3
4
3