|
| 1 |
|
| ଯିହୁଦା ଦେଶୀୟ ଯୋଥମ୍, ଆହସ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ । |
|
| 2 |
|
| ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ । |
|
| 3 |
|
| କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଳାଇ ଆସି ପୃଥିବୀର ଉଚ୍ଚସ୍ଥଳୀ-ସକଳ ଉପରେ ଗମନ କରିବେ । |
|
| 4 |
|
| ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ । |
|
| 5 |
|
| କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ-ବଂଶର ପାପ ସକାଶୁ ଏସବୁ ହେଉଅଛି । ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ? ସେସବୁ କି ଯିରୂଶାଲମ ନୁହେଁ? |
|
| 6 |
|
| ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା । |
|
| 7 |
|
| ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ତ ଖଣ୍ତ କରାଯିବ ଓ ତାହାର ବର୍ତ୍ତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ଵଂସ କରିବା; କାରଣ ବେଶ୍ୟାର ବର୍ତ୍ତନ ଦ୍ଵାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବର୍ତ୍ତନ ହୋଇଯିବ । |
|
| 8 |
|
| ଏଥି ସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ବିବସ୍ତ୍ର ଓ ଉଲଙ୍ଗ ହୋଇ ବୁଲିବା; ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ର ପକ୍ଷୀ ପରି ଶୋକ କରିବା । |
|
| 9 |
|
| କାରଣ ତାହାର କ୍ଷତ ଅପ୍ରତିକାର୍ଯ୍ୟ; ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ହିଁ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ଵାର, ଯିରୂଶାଲମ ପର୍ଯ୍ୟନ୍ତ ହିଁ ପହଞ୍ଚୁଅଛି । |
|
| 10 |
|
| ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, କିଛି ହିଁ ରୋଦନ କର ନାହିଁ; ବୈଥ୍-ଲି-ଅଫ୍ରାରେ ଆମ୍ଭେ ଧୂଳିରେ ଗଡ଼ିଅଛୁ । |
|
| 11 |
|
| ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବୈଥେତ୍ସଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ଵନ ହରଣ କରିବ । |
|
| 12 |
|
| କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ଵାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି । |
|
| 13 |
|
| ହେ ଲାଖୀଶ୍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ଵ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ଵରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞାଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା । |
|
| 14 |
|
| ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ; ଅକ୍ଷୀବର ଗୃହସକଳ ଇସ୍ରାଏଲର ରାଜଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ । |
|
| 15 |
|
| ଆହୁରି, ହେ ମାରେଶା ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ହିଁ ଆସିବ । |
|
| 16 |
|
| ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ତନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି । |
|
|
|
|