ପବିତ୍ର ବାଇବଲ ERV 2004
|
| 1 |
| ମରିୟମ ଓ ହାରୋଣଙ୍କର ମୋଶାଙ୍କ ବିଷୟରେ ଅଭିଯୋଗ ମୋଶା ଏକ କୁଶୀୟା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରିୟମ ଓ ହାରୋଣ ସେହି କୁଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ। |
| 2 |
| ସେମାନେ କହିଲେ, “ସଦାପ୍ରଭୁ କ’ଣ ମୋଶାଙ୍କ ସହିତ କେବଳ କଥା କହିଅଛନ୍ତି? ସେ କ’ଣ ଆମ୍ଭମାନଙ୍କ ସହିତ କଥା କହି ନାହାନ୍ତି?” ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ। |
| 3 |
| ମୋଶା ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ମଧ୍ୟରେ ଅତି ନମ୍ର ଥିଲେ। |
| 4 |
| ହଠାତ୍ ସଦାପ୍ରଭୁ ମୋଶାଙ୍କୁ, ହାରୋଣଙ୍କୁ, ମରିୟମଙ୍କୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ।” ତହୁଁ ସେ ତିନି ଜଣ ବାହାର ହୋଇ ଆସିଲେ। |
| 5 |
| ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରୁ ଓହ୍ଲାଇ ସମାଗମ-ତମ୍ବୁ ନିକଟରେ ଛିଡ଼ା ହେଲେ। ସେ ଡାକିଲେ, “ହାରୋଣ ଓ ମରିୟମ!” ତହୁଁ ସେମାନେ ବାହାର ହୋଇ ଆସିଲେ। |
| 6 |
| ସଦାପ୍ରଭୁ କହିଲେ, “ମୋର ବାକ୍ୟ ଶୁଣ, ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ମୁଁ ସଦାପ୍ରଭୁ ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବି, ମୁଁ ସ୍ୱପ୍ନଦ୍ୱାରା ତାହା ସହିତ କଥା କହିବି। |
| 7 |
| ମାତ୍ର ମୋଶା ମୋର ସେବକ, ସେପରି ନୁହେଁ। ସେ ହିଁ ମୋର ସମଗ୍ର ଗୃହରେ ଜଣେ ସବୁଠାରୁ ବିଶ୍ୱସ୍ତ ଅଟେ। |
| 8 |
| ମୁଁ ତା’ ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ୟରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହୋଇ ପ୍ରକାଶ୍ୟ ଭାବରେ ତା’ ସହିତ କଥା କହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧରେ କଥା କହିବାକୁ ତୁମ୍ଭେମାନେ କାହିଁକି ଭୀତ ହେଲ ନାହିଁ?” |
| 9 |
| ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ। |
| 10 |
| ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିୟମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ୟ ଶ୍ୱେତବର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ। |
| 11 |
| ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ମହାଶୟ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ; ଏଣୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ। |
| 12 |
| ମାତାର ଗର୍ଭରୁ ନିର୍ଗତ ହେଲାବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଶିଶୁ ସଦୃଶ ସେ ନ ହେଉ।” |
| 13 |
| ତେଣୁ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।” |
| 14 |
| ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯଦି ତା’ର ପିତା ତା’ର ମୁହଁରେ ଛେପ ପକାଇଥା’ନ୍ତା, ସେ କ’ଣ ସାତ ଦିନ ଲଜ୍ଜିତା ହୋଇ ନ ଥା’ନ୍ତା? ତେଣୁ ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ, ଅନ୍ୟମାନଙ୍କଠାରୁ ରୁଦ୍ଧା ହୋଇ ରହୁ, ତା’ପରେ ସେ ଛାଉଣି ଭିତରକୁ ଆସି ପାରିବ।” |
| 15 |
| ତହୁଁ ମରିୟମ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରହିଲା। ସେ ପୁନର୍ବାର ଭିତରକୁ ନ ଆସିବା ଯାଏ ଲୋକମାନେ ଯାତ୍ରା କଲେ ନାହିଁ। |
| 16 |
| ତା’ପରେ ଲୋକମାନେ ହତ୍ସେରୋତଠାରୁ ଯାତ୍ରା କରି ପାରଣ ମରୁଭୂମିରେ ଛାଉଣି ସ୍ଥାପନ କଲେ। |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaerv/numbers/012.mp3
36
12