|
| 1 |
|
| ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, |
|
| 2 |
|
| ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ । |
|
| 3 |
|
| ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ-ସନ୍ତାନଗଣର ପ୍ରଧାନ ଥିଲେ । |
|
| 4 |
|
| ସେମାନଙ୍କର ନାମ ଏହି - ରୁବେନ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ; |
|
| 5 |
|
| ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ; |
|
| 6 |
|
| ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ; |
|
| 7 |
|
| ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ; |
|
| 8 |
|
| ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ; |
|
| 9 |
|
| ବିନ୍ୟାମିନ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍ଟି; |
|
| 10 |
|
| ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ; |
|
| 11 |
|
| ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି; |
|
| 12 |
|
| ଦାନ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ; |
|
| 13 |
|
| ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର; |
|
| 14 |
|
| ନପ୍ତାଲି ବଂଶ ମଧ୍ୟରୁ ବପ୍ସିର ପୁତ୍ର ନହବି; |
|
| 15 |
|
| ଗାଦ ବଂଶ ମଧ୍ୟରୁ ମାଖିର ପୁତ୍ର ଗୂୟେଲ । |
|
| 16 |
|
| ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ । |
|
| 17 |
|
| ଆଉ ମୋଶା ଏମାନଙ୍କୁ କିଣାନ ଦେଶ ଅନୁସନ୍ଧାନ କରିବାକୁ ପଠାଇ କହିଲେ, ତୁମ୍ଭେମାନେ ଏହି ଦକ୍ଷିଣ ଦିଗ ଦେଇ ପର୍ବତ ଆରୋହଣ କର; |
|
| 18 |
|
| ପୁଣି ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ; |
|
| 19 |
|
| ପୁଣି ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେ ଯେ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ଵୁରେ କି ଗଡ଼ରେ, କାହିଁରେ ବାସ କରନ୍ତି; |
|
| 20 |
|
| ପୁଣି ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ । ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ । ସେହି ସମୟରେ ପ୍ରଥମ ପକ୍ଵ ଦ୍ରାକ୍ଷାଫଳର ସମୟ ଥିଲା । |
|
| 21 |
|
| ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତରପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ । |
|
| 22 |
|
| ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍ ଓ ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ । ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା । |
|
| 23 |
|
| ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ତା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ଵ ଓ ଡିମିରି ଫଳ ମଧ୍ୟ ଆଣିଲେ । |
|
| 24 |
|
| ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ତା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ତା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା । |
|
| 25 |
|
| ଆଉ ଚାଳିଶ ଦିନ ଉତ୍ତାରେ ସେମାନେ ଦେଶ ଅନୁସନ୍ଧାନ କରି ଫେରି ଆସିଲେ । |
|
| 26 |
|
| ଅନନ୍ତର ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା ଓ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ । |
|
| 27 |
|
| ପୁଣି ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧମଧୁପ୍ରବାହୀ ପ୍ରମାଣ ଓ ଏହା ତହିଁର ଫଳ । |
|
| 28 |
|
| ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ । |
|
| 29 |
|
| ଦକ୍ଷିଣ ଦେଶରେ ଅମାଲେକ ବାସ କରେ; ପୁଣି ପର୍ବତରେ ହିତ୍ତୀୟ ଓ ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି। |
|
| 30 |
|
| ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷା; କରି କହିଲେ, ଆସ, ଆମ୍ଭେମାନେ ଏକାବେଳକେ ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭମାନଙ୍କର ଯଥେଷ୍ଟ ବଳ ଅଛି । |
|
| 31 |
|
| ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କ-ଠାରୁ ବଳବାନ । |
|
| 32 |
|
| ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ଵନିବାସୀମାନଙ୍କୁ ଗ୍ରାସ କରେ, ପୁଣି ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା । |
|
| 33 |
|
| ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ । |
|
|
|
|