|
| 1 |
|
| ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ, |
|
| 2 |
|
| “ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ। |
|
| 3 |
|
| ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ; |
|
| 4 |
|
| ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ। |
|
| 5 |
|
| ତାହା ପାଖରେ ଇଷାଖର ବଂଶ ଛାଉଣି ସ୍ଥାପନ କରିବେ, ସୂୟାରର ପୁତ୍ର ନଥନେଲ ଇଷାଖର-ସନ୍ତାନଗଣର ଅଧିପତି ହେବ; |
|
| 6 |
|
| ତାହାର ଗଣିତ ସୈନ୍ୟ ସଂଖ୍ୟା ଚଉବନ ହଜାର ଚାରି ଶହ। |
|
| 7 |
|
| ତହୁଁ ସବୂଲୂନ ବଂଶ; ହେଲୋନର ପୁତ୍ର ଇଲୀୟାବ୍ ସବୂଲୂନ-ସନ୍ତାନଗଣର ଅଧିପତି ହେବ; |
|
| 8 |
|
| ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ସତାବନ ହଜାର ଚାରି ଶହ। |
|
| 9 |
|
| ଯିହୁଦା-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଛୟାଅଶୀ ହଜାର ଚାରି ଶହ। ସେମାନେ ପ୍ରଥମେ ଅଗ୍ରସର ହେବେ। |
|
| 10 |
|
| ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ୍-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍-ସନ୍ତାନଗଣର ଅଧିପତି ହେବ; |
|
| 11 |
|
| ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ। |
|
| 12 |
|
| ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ; |
|
| 13 |
|
| ତାହାର ଗଣିତ ସୈନ୍ୟ ସଂଖ୍ୟା ଊଣଷଠି ହଜାର ତିନି ଶହ। |
|
| 14 |
|
| ତହୁଁ ଗାଦ୍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ୍-ସନ୍ତାନଗଣର ଅଧିପତି ହେବ; |
|
| 15 |
|
| ପୁଣି, ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ। |
|
| 16 |
|
| ରୁବେନ୍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ। |
|
| 17 |
|
| ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ। |
|
| 18 |
|
| ପଶ୍ଚିମ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଇଫ୍ରୟିମ-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ-ସନ୍ତାନଗଣର ଅଧିପତି ହେବ; |
|
| 19 |
|
| ଆଉ ତାହାର ଗଣିତ ସୈନ୍ୟ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ। |
|
| 20 |
|
| ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ; |
|
| 21 |
|
| ତାହାର ଗଣିତ ସୈନ୍ୟ ସଂଖ୍ୟା ବତିଶ ହଜାର ଦୁଇ ଶହ। |
|
| 22 |
|
| ତହୁଁ ବିନ୍ୟାମୀନ୍ ବଂଶ; ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍ ବିନ୍ୟାମୀନ୍-ସନ୍ତାନଗଣର ଅଧିପତି ହେବ; |
|
| 23 |
|
| ତାହାର ଗଣିତ ସୈନ୍ୟ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ। |
|
| 24 |
|
| ଇଫ୍ରୟିମ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଆଠ ହଜାର ଏକ ଶହ। ସେମାନେ ତୃତୀୟରେ ଅଗ୍ରସର ହେବେ। |
|
| 25 |
|
| ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ; |
|
| 26 |
|
| ତାହାର ଗଣିତ ସୈନ୍ୟ ସଂଖ୍ୟା ବାଷଠି ହଜାର ସାତ ଶହ। |
|
| 27 |
|
| ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ; |
|
| 28 |
|
| ତାହାର ଗଣିତ ସୈନ୍ୟ ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ। |
|
| 29 |
|
| ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ଅଧିପତି ହେବ; |
|
| 30 |
|
| ତାହାର ଗଣିତ ସୈନ୍ୟ ସଂଖ୍ୟା ତେପନ ହଜାର ଚାରି ଶହ। |
|
| 31 |
|
| ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।” |
|
| 32 |
|
| ଏମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃଗୃହାନୁସାରେ ଗଣିତ ହେଲେ; ଆପଣା ଆପଣା ସୈନ୍ୟାନୁସାରେ ସମସ୍ତ ଛାଉଣିର ଗଣିତ ଲୋକ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ହେଲା। |
|
| 33 |
|
| ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଲେବୀୟମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ। |
|
| 34 |
|
| ଏହିରୂପେ ଇସ୍ରାଏଲ-ସନ୍ତାନଗଣ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାସବୁ ଦେଇଥିଲେ, ସେପରି ସେମାନେ ଆପଣା ଆପଣା ବଂଶ ନିକଟରେ ଆପଣା ଆପଣା ପିତୃଗୃହାନୁସାରେ ଆପଣା ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ। |
|
|
|
|