|
| 1 |
|
| ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ, |
|
| 2 |
|
| “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।” |
|
| 3 |
|
| ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ, |
|
| 4 |
|
| “ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।” |
|
| 5 |
|
| ରୁବେନ୍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୁଠାରୁ ପଲ୍ଲୁୟୀୟ ବଂଶ; |
|
| 6 |
|
| ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ। |
|
| 7 |
|
| ଏମାନେ ରୁବେନ୍ର ବଂଶ; ପୁଣି, ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ। |
|
| 8 |
|
| ପଲ୍ଲୁର ସନ୍ତାନ ଇଲୀୟାବ୍। |
|
| 9 |
|
| ସେହି ଇଲୀୟାବ୍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ। |
|
| 10 |
|
| ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନସ୍ୱରୂପ ହେଲେ। |
|
| 11 |
|
| ତଥାପି କୋରହର ସନ୍ତାନମାନେ ମଲେ ନାହିଁ। |
|
| 12 |
|
| ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ; ନମୂୟେଲଠାରୁ ନମୂୟେଲୀୟ ବଂଶ; ଯାମୀନ୍ଠାରୁ ଯାମୀନୀୟ ବଂଶ; ଯାଖୀନ୍ଠାରୁ ଯାଖୀନୀୟ ବଂଶ; |
|
| 13 |
|
| ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ। |
|
| 14 |
|
| ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ। |
|
| 15 |
|
| ଆପଣା ଆପଣା ବଂଶାନୁସାରେ ଗାଦ୍ର ସନ୍ତାନ; ସିଫୋନଠାରୁ ସିଫୋନୀୟ ବଂଶ; ହଗିଠାରୁ ହଗୀୟ ବଂଶ; ଶୂନୀଠାରୁ ଶୂନୀୟ ବଂଶ; |
|
| 16 |
|
| ଓଷ୍ଣିଠାରୁ ଓଷ୍ଣୀୟ ବଂଶ, ଏରିଠାରୁ ଏରୀୟ ବଂଶ; |
|
| 17 |
|
| ଅରୋଦିଠାରୁ ଅରୋଦୀୟ ବଂଶ, ଅରେଲୀଠାରୁ ଅରେଲୀୟ ବଂଶ। |
|
| 18 |
|
| ଗାଦ୍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯାʼନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ। |
|
| 19 |
|
| ଯିହୁଦାର ପୁତ୍ର ଏର ଓ ଓନନ୍; ସେହି ଏର ଓ ଓନନ୍ କିଣାନ ଦେଶରେ ମରିଥିଲେ। |
|
| 20 |
|
| ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ। |
|
| 21 |
|
| ପୁଣି, ପେରସର ଏହି ସକଳ ସନ୍ତାନ ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; ହାମୂଲଠାରୁ ହାମୂଲୀୟ ବଂଶ। |
|
| 22 |
|
| ଯିହୁଦାର ଏହିସବୁ ବଂଶ ଗଣାଯାʼନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ। |
|
| 23 |
|
| ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ; ତୋଲୟଠାରୁ ତୋଲୟୀୟ ବଂଶ; ପୂୟଠାରୁ ପୂୟୀୟ ବଂଶ; |
|
| 24 |
|
| ଯାଶୂବଠାରୁ ଯାଶୂବୀୟ ବଂଶ; ଶିମ୍ରୋଣଠାରୁ ଶିମ୍ରୋଣୀୟ ବଂଶ। |
|
| 25 |
|
| ଇଷାଖରର ଏହି ସକଳ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ। |
|
| 26 |
|
| ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ; ସେରଦଠାରୁ ସେରଦୀୟ ବଂଶ; ଏଲୋନ୍ଠାରୁ ଏଲୋନୀୟ ବଂଶ; ଯହଲେଲଠାରୁ ଯହଲେଲୀୟ ବଂଶ। |
|
| 27 |
|
| ସବୂଲୂନର ଏହି ସକଳ ବଂଶ ଗଣାଯାʼନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ। |
|
| 28 |
|
| ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ। |
|
| 29 |
|
| ମନଃଶିର ସନ୍ତାନ; ମାଖୀରଠାରୁ ମାଖରୀୟ ବଂଶ; ସେହି ମାଖୀରର ପୁତ୍ର ଗିଲୀୟଦ; ସେହି ଗିଲୀୟଦଠାରୁ ଗିଲୀୟଦୀୟ ବଂଶ। |
|
| 30 |
|
| ଗିଲୀୟଦର ସନ୍ତାନ ଏମାନେ; ଈୟେଷରଠାରୁ ଈୟେଷ୍ରୀୟ ବଂଶ; ହେଲକଠାରୁ ହେଲକୀୟ ବଂଶ, |
|
| 31 |
|
| ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ ଓ ଶେଖମଠାରୁ ଶେଖମୀୟ ବଂଶ, |
|
| 32 |
|
| ଶମୀଦାଠାରୁ ଶମୀଦାୟୀୟ ବଂଶ ଓ ହେଫରଠାରୁ ହେଫରୀୟ ବଂଶ। |
|
| 33 |
|
| ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା। |
|
| 34 |
|
| ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ। |
|
| 35 |
|
| ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ; ଶୂଥେଲହଠାରୁ ଶୂଥଲହୀୟ ବଂଶ; ବେଖରଠାରୁ ବେଖ୍ରୀୟ ବଂଶ; ତହନଠାରୁ ତହନୀୟ ବଂଶ। |
|
| 36 |
|
| ପୁଣି, ଶୂଥେଲହର ସନ୍ତାନ ଏମାନେ; ଏରଣଠାରୁ ଏରଣୀୟ ବଂଶ। |
|
| 37 |
|
| ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ। |
|
| 38 |
|
| ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍ର ସନ୍ତାନ; ବେଲାଠାରୁ ବେଲାୟୀୟ ବଂଶ: ଅସ୍ବେଲଠାରୁ ଅସ୍ବେଲୀୟ ବଂଶ; ଅହୀରାମଠାରୁ ଅହୀରାମୀୟ ବଂଶ; |
|
| 39 |
|
| ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ। |
|
| 40 |
|
| ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍ଠାରୁ ନାମାନୀୟ ବଂଶ। |
|
| 41 |
|
| ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ। |
|
| 42 |
|
| ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍ର ବଂଶ। |
|
| 43 |
|
| ଶୂହମୀୟ ସମସ୍ତ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ। |
|
| 44 |
|
| ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ; ଯିମ୍ନାଠାରୁ ଯିମ୍ନୀୟ ବଂଶ; ଯିଶ୍ବିଠାରୁ ଯିଶ୍ବିୟ ବଂଶ; ବରୀୟଠାରୁ ବରୀୟୀୟ ବଂଶ। |
|
| 45 |
|
| ବରୀୟର ସନ୍ତାନ ଏମାନେ; ହେବରଠାରୁ ହେବରୀୟ ବଂଶ; ମଲ୍କୀୟେଲଠାରୁ ମଲ୍କୀୟେଲୀୟ ବଂଶ। |
|
| 46 |
|
| ଆଶେରର କନ୍ୟାର ନାମ ସେରହ। |
|
| 47 |
|
| ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ। |
|
| 48 |
|
| ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ; ଯହସୀୟେଲଠାରୁ ଯହସୀୟେଲୀୟ ବଂଶ; ଗୂନିଠାରୁ ଗୂନୀୟ ବଂଶ; |
|
| 49 |
|
| ଯେତ୍ସରଠାରୁ ଯେତ୍ସରୀୟ ବଂଶ; ଶିଲ୍ଲେମଠାରୁ ଶିଲ୍ଲେମୀୟ ବଂଶ। |
|
| 50 |
|
| ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ। |
|
| 51 |
|
| ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା। |
|
| 52 |
|
| ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, |
|
| 53 |
|
| “ନାମ-ସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ। |
|
| 54 |
|
| ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ। |
|
| 55 |
|
| ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ। |
|
| 56 |
|
| ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।” |
|
| 57 |
|
| ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ; ଗେର୍ଶୋନଠାରୁ ଗେର୍ଶୋନୀୟ ବଂଶ; କହାତଠାରୁ କହାତୀୟ ବଂଶ; ମରାରିଠାରୁ ମରାରୀୟ ବଂଶ। |
|
| 58 |
|
| ଲେବୀୟ ବଂଶ ଏହି; ଲିବ୍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ। |
|
| 59 |
|
| ସେହି କହାତର ପୁତ୍ର ଅମ୍ରାମ୍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା। |
|
| 60 |
|
| ହାରୋଣଠାରୁ ନାଦବ୍ ଓ ଅବୀହୂ, ପୁଣି, ଇଲୀୟାସର ଓ ଈଥାମର ଜନ୍ମିଲେ। |
|
| 61 |
|
| ମାତ୍ର ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ। |
|
| 62 |
|
| ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ। |
|
| 63 |
|
| ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ। |
|
| 64 |
|
| ମାତ୍ର ସୀନୟ ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା। |
|
| 65 |
|
| କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, “ସେମାନେ ଅବଶ୍ୟ ଏହି ପ୍ରାନ୍ତରରେ ମରିବେ; ଏହେତୁ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ବ୍ୟତୀତ ଏକ ଜଣ ହିଁ ଅବଶିଷ୍ଟ ରହିଲା ନାହିଁ।” |
|
|
|
|