|
| 1 |
|
| ଇସ୍ରାଏଲ-ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ବେଳେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି । |
|
| 2 |
|
| ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି । |
|
| 3 |
|
| ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍ଠାରୁ ଯାତ୍ରା କଲେ; |
|
| 4 |
|
| ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସ୍ରୀୟମାନେ ସଦାପ୍ରଭୁଙ୍କ ଦ୍ଵାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ବେଳେ ଇସ୍ରାଏଲ-ସନ୍ତାନଗଣ ମିସ୍ରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ଵହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ତ ଦେଇଥିଲେ । |
|
| 5 |
|
| ଇସ୍ରାଏଲ-ସନ୍ତାନଗଣ ରାମିଷେଷ୍ଠାରୁ ଯାତ୍ରା କରି ସୁକ୍କୋତରେ ଛାଉଣି ସ୍ଥାପନ କଲେ । |
|
| 6 |
|
| ପୁଣି ସେମାନେ ସୁକ୍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ । |
|
| 7 |
|
| ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ । |
|
| 8 |
|
| ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ । |
|
| 9 |
|
| ପୁଣି ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ । |
|
| 10 |
|
| ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କଲେ । |
|
| 11 |
|
| ପୁଣି ସେମାନେ ସୂଫ ସମୁଦ୍ର ନିକଟରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ । |
|
| 12 |
|
| ପୁଣି ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ । |
|
| 13 |
|
| ସେମାନେ ଦପ୍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ । |
|
| 14 |
|
| ପୁଣି ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା । |
|
| 15 |
|
| ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ |
|
| 16 |
|
| ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍-ହତ୍ତାବାରେ ଛାଉଣି ସ୍ଥାପନ କଲେ । |
|
| 17 |
|
| ପୁଣି ସେମାନେ କିବ୍ରୋତ୍ ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ । |
|
| 18 |
|
| ପୁଣି ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ ଗଣ.୧୨:୧୬ |
|
| 19 |
|
| ଓ ସେମାନେ ରିତ୍ମାରୁ ଯାତ୍ରା କରି ରିମ୍ମୋନ-ପେରସରେ ଛାଉଣି ସ୍ଥାପନ କଲେ । |
|
| 20 |
|
| ପୁଣି ସେମାନେ ରିମ୍ମୋନ-ପେରସରୁ ଯାତ୍ରା କରି ଲିବ୍ନାରେ ଛାଉଣି ସ୍ଥାପନ କଲେ । |
|
| 21 |
|
| ପୁଣି ସେମାନେ ଲିବ୍ନାରୁ ଯାତ୍ରା କରି ରିସ୍ସାରେ ଛାଉଣି ସ୍ଥାପନ କଲେ । |
|
| 22 |
|
| ପୁଣି ସେମାନେ ରିସ୍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ, |
|
| 23 |
|
| ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ । |
|
| 24 |
|
| ତହୁଁ ସେମାନେ ଶେଫର ପର୍ବତରୁ ଯାତ୍ରା କରି ହରାଦାରେ ଛାଉଣି ସ୍ଥାପନ କଲେ, |
|
| 25 |
|
| ଓ ସେମାନେ ହରାଦାରୁ ଯାତ୍ରା କରି ମଖେଲୋତରେ ଛାଉଣି ସ୍ଥାପନ କଲେ, |
|
| 26 |
|
| ଓ ସେମାନେ ମଖେଲୋତରୁ ଯାତ୍ରା କରି ତହତରେ ଛାଉଣି ସ୍ଥାପନ କଲେ । |
|
| 27 |
|
| ସେମାନେ ତହତରୁ ଯାତ୍ରା କରି ତେରହରେ ଛାଉଣି ସ୍ଥାପନ କଲେ, |
|
| 28 |
|
| ଓ ସେମାନେ ତେରହରୁ ଯାତ୍ରା କରି ମିତ୍କାରେ ଛାଉଣି ସ୍ଥାପନ କଲେ |
|
| 29 |
|
| ଓ ସେମାନେ ମିତ୍କାରୁ ଯାତ୍ରା କରି ହଶ୍ମୋନାରେ ଛାଉଣି ସ୍ଥାପନ କଲେ, |
|
| 30 |
|
| ଓ ସେମାନେ ହଶ୍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ । |
|
| 31 |
|
| ପୁଣି ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ, |
|
| 32 |
|
| ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍ଗଦରେ ଛାଉଣି ସ୍ଥାପନ କଲେ |
|
| 33 |
|
| ଓ ସେମାନେ ହୋର୍ହଗିଦ୍ଗଦରୁ ଯାତ୍ରା କରି ଯଟ୍ବାଥାରେ ଛାଉଣି ସ୍ଥାପନ କଲେ, |
|
| 34 |
|
| ଓ ସେମାନେ ଯଟ୍ବାଥାରୁ ଯାତ୍ରା କରି ଆବ୍ରୋଣାରେ ଛାଉଣି ସ୍ଥାପନ କଲେ । |
|
| 35 |
|
| ପୁଣି ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ । |
|
| 36 |
|
| ପୁଣି ସେମାନେ ଇତ୍ସିୟୋନ-ଗେବରରୁ ଯାତ୍ରା କରି ସିନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି), |
|
| 37 |
|
| ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତର ସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ । |
|
| 38 |
|
| ଏଉତ୍ତାରୁ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ । |
|
| 39 |
|
| ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା । |
|
| 40 |
|
| ଅନନ୍ତର କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ଵାଦ ଶୁଣିଲେ । |
|
| 41 |
|
| ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍ମୋନାରେ ଛାଉଣି ସ୍ଥାପନ କଲେ, |
|
| 42 |
|
| ଓ ସେମାନେ ସଲ୍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ, |
|
| 43 |
|
| ଓ ସେମାନେ ପୂନୋନରୁ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ । |
|
| 44 |
|
| ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଚାଉଣି ସ୍ଥାପନ କଲେ, |
|
| 45 |
|
| ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍-ଗାଦରେ ଛାଉଣି ସ୍ଥାପନ କଲେ, |
|
| 46 |
|
| ଓ ସେମାନେ ଦୀବୋନ୍-ଗାଦରୁ ଯାତ୍ରା କରି ଅଲମୋନ-ଦିବ୍ଲାଥୟିମରେ ଛାଉଣି ସ୍ଥାପନ କଲେ । |
|
| 47 |
|
| ତହୁଁ ସେମାନେ ଅଲମୋନ-ଦିବ୍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ ପର୍ବତରେ ଛାଉଣି ସ୍ଥାପନ କଲେ । |
|
| 48 |
|
| ପୁଣି ସେମାନେ ଅବାରୀମ ପର୍ବତରୁ ଯାତ୍ରା କରି ଯିରୀହୋ-ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ । |
|
| 49 |
|
| ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବୈତ୍ଯିଶୀମୋତଠାରୁ ଆବେଲ ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ । |
|
| 50 |
|
| ଅନନ୍ତର ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, |
|
| 51 |
|
| ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ, |
|
| 52 |
|
| ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ । |
|
| 53 |
|
| ପୁଣି ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ । |
|
| 54 |
|
| ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ଵାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ । |
|
| 55 |
|
| ମାତ୍ର ଯେବେ ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ଵରୂପ ଓ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ଵରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ । |
|
| 56 |
|
| ପୁଣି ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା । |
|
|
|
|